Posted inଖେଳ

ଠାକୁର ଏକା ଯଥେଷ୍ଟ

ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର୨ୟ ଦିନରେ ପ୍ରତିପକ୍ଷ ଦକ୍ଷିଣ ଆଫ୍ରିକା ପାଇଁ ଏକା ଯଥେଷ୍ଟ ସାବ୍ୟସ୍ତ ହୋଇଛନ୍ତି ଶାର୍ଦ୍ଦୁଳ ଠୁକର। ମଙ୍ଗଳବାର ଭାରତୀୟ ଦଳର ଅନ୍ୟ ସମସ୍ତ ବୋଲରଙ୍କ ହାତ ଖାଲି ରହିଥିବା ବେଳେ ଶାର୍ଦ୍ଦୁଳ ହାତେଇଛନ୍ତି ଲଗାତାର ୫ ଉଇକେଟ। ଏହା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ୫ ଉଇକେଟ ସଫଳତା।

ପ୍ରଥମେ ଅଧିନାୟକ ଡିନ ଏଲଗାର (୨୮)ଙ୍କୁ ଉଇକେଟ କିପର ରିଷଭ ପନ୍ତଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରି ଟିମ୍‌ ଇଣ୍ଡିଆକୁ ଆଣି ଦେଇଥିଲେ ଗୁରୁତ୍ୱପୂର୍ଣ୍ଣ ବ୍ରେକଥ୍ରୁ। ଏହାର ୬ ଓଭର ମଧ୍ୟରେ ଅର୍ଦ୍ଧଶତକ ପୂରଣ କରି ସାରିଥିବା କିଗାନ ପିଟରସନ (୬୨ ରନ୍‌, ୯ ଚୌକା) ଓ ରାସି ଭାନ ଡର ଡୁସେନ (୧)ଙ୍କୁ ପ୍ୟାଭିଲିଅନ ପଠାଇଥିଲେ। ଏହାପରେ ତେମ୍ବା ବଭୁମା (୫୧ ରନ, ୬ ଚୌକା ଓ ୧ ଛକା) ଏବଂ କାଇଲ ଭରେୟନ୍ନେ (୨୧) ୫ମ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୬୦ ରନ୍‌। ଶାର୍ଦ୍ଦୁଳ ତାଙ୍କର ପରବର୍ତ୍ତୀ ସ୍ପେଲରେ ଉଭୟଙ୍କୁ ଆଉଟ୍‌ କରି ୫ ଉଇକେଟ ପୂରଣ କରିଥିଲେ। ତାଙ୍କ ପରେ ମହମ୍ମଦ ଶାମି ଆଉ ଏକ ଉଇକେଟ ହାତେଇବାରୁ ଘରୋଇ ଦକ୍ଷିଣ ଆଫ୍ରିକା ୧୮୪ ରନ୍‌ ମଧ୍ୟରେ ୭ ଉଇକେଟ ହରାଇ ସଙ୍କଟରେ ପଡ଼ିଛି। ଦଳକୁ ଇନିଂସ ଅଗ୍ରଣୀ ପାଇଁ ୧୯ ରନ୍‌ ଦରକାର ଥିବା ବେଳେ ହାତରେ ଆଉ ୩ ଉଇକେଟ ରହିଛି। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri