Posted inଖେଳ

ଠାକୁର ଏକା ଯଥେଷ୍ଟ

ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର୨ୟ ଦିନରେ ପ୍ରତିପକ୍ଷ ଦକ୍ଷିଣ ଆଫ୍ରିକା ପାଇଁ ଏକା ଯଥେଷ୍ଟ ସାବ୍ୟସ୍ତ ହୋଇଛନ୍ତି ଶାର୍ଦ୍ଦୁଳ ଠୁକର। ମଙ୍ଗଳବାର ଭାରତୀୟ ଦଳର ଅନ୍ୟ ସମସ୍ତ ବୋଲରଙ୍କ ହାତ ଖାଲି ରହିଥିବା ବେଳେ ଶାର୍ଦ୍ଦୁଳ ହାତେଇଛନ୍ତି ଲଗାତାର ୫ ଉଇକେଟ। ଏହା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ୫ ଉଇକେଟ ସଫଳତା।

ପ୍ରଥମେ ଅଧିନାୟକ ଡିନ ଏଲଗାର (୨୮)ଙ୍କୁ ଉଇକେଟ କିପର ରିଷଭ ପନ୍ତଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରି ଟିମ୍‌ ଇଣ୍ଡିଆକୁ ଆଣି ଦେଇଥିଲେ ଗୁରୁତ୍ୱପୂର୍ଣ୍ଣ ବ୍ରେକଥ୍ରୁ। ଏହାର ୬ ଓଭର ମଧ୍ୟରେ ଅର୍ଦ୍ଧଶତକ ପୂରଣ କରି ସାରିଥିବା କିଗାନ ପିଟରସନ (୬୨ ରନ୍‌, ୯ ଚୌକା) ଓ ରାସି ଭାନ ଡର ଡୁସେନ (୧)ଙ୍କୁ ପ୍ୟାଭିଲିଅନ ପଠାଇଥିଲେ। ଏହାପରେ ତେମ୍ବା ବଭୁମା (୫୧ ରନ, ୬ ଚୌକା ଓ ୧ ଛକା) ଏବଂ କାଇଲ ଭରେୟନ୍ନେ (୨୧) ୫ମ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୬୦ ରନ୍‌। ଶାର୍ଦ୍ଦୁଳ ତାଙ୍କର ପରବର୍ତ୍ତୀ ସ୍ପେଲରେ ଉଭୟଙ୍କୁ ଆଉଟ୍‌ କରି ୫ ଉଇକେଟ ପୂରଣ କରିଥିଲେ। ତାଙ୍କ ପରେ ମହମ୍ମଦ ଶାମି ଆଉ ଏକ ଉଇକେଟ ହାତେଇବାରୁ ଘରୋଇ ଦକ୍ଷିଣ ଆଫ୍ରିକା ୧୮୪ ରନ୍‌ ମଧ୍ୟରେ ୭ ଉଇକେଟ ହରାଇ ସଙ୍କଟରେ ପଡ଼ିଛି। ଦଳକୁ ଇନିଂସ ଅଗ୍ରଣୀ ପାଇଁ ୧୯ ରନ୍‌ ଦରକାର ଥିବା ବେଳେ ହାତରେ ଆଉ ୩ ଉଇକେଟ ରହିଛି। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?