Posted inଜାତୀୟ

ଠାକୁର ଅନୁକୂଳଚନ୍ଦ୍ରଙ୍କୁ ପରମାତ୍ମା ଘୋଷଣା ଆବେଦନ ଖାରଜ

ନୂଆଦିଲ୍ଲୀ,୬।୧୨: ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କୁ ‘ପରମାତ୍ମା’ ଘୋଷଣା କରିବା ଲାଗି ଦାଏର ଜନସ୍ବାର୍ଥ ମାମଲାକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଏଥିସହିତ ଆବେଦନକାରୀଙ୍କ ଉପରେ ସର୍ବୋଚ୍ଚ ଅଦାଲତ ୧ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ହୋଇଥିବାରୁ ପ୍ରତ୍ୟେକଙ୍କୁ ସେମାନଙ୍କ ଧର୍ମ ପାଳନ କରିବାର ପୂର୍ଣ୍ଣ ଅଧିକାର ରହିଛି ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଛନ୍ତି। ଆବେଦନକାରୀ ତାଙ୍କ ପିଟିଶନରେ ବିଶ୍ୱ ହିନ୍ଦୁ ପରିଷଦ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ, ଭାରତୀୟ ଜନତା ପାର୍ଟି (ଭାଜପା), ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ପର୍ସନାଲ ଲ’ ବୋର୍ଡ, ନ୍ୟାଶନାଲ ଖ୍ରୀଷ୍ଟିଆନ କାଉନ୍‌ସିଲ, ରାମକ୍ରିଷ୍ଣ ମଡ଼, ଗୁରୁଦ୍ୱାରା ବଙ୍ଗଲା ସାହିବ, ଶ୍ରୀପାଲାନପୁରୀ ସ୍ଥାନକ୍ୱାସି ଜୈନ ଆସୋସିଏଶନ, ବୁଦ୍ଧିଷ୍ଟ ସୋସାଇଟି ଅଫ୍‌ ଇଣ୍ଡିଆ ଆଦିଙ୍କୁ ପକ୍ଷ କରିଥିଲେ। ସମସ୍ତେ ଗୋଟିଏ ଧର୍ମ ପାଳନ କରନ୍ତୁ ବୋଲି ତୁମେ କହିପାରିବ ନାହିଁ ବୋଲି ଖଣ୍ଡପୀଠ ଆବେଦନକାରୀ ଉପେନ୍ଦ୍ର ନାଥ ଦଳାଇଙ୍କୁ କହିଥିଲେ। ଏହା ପ୍ରଚାରଧର୍ମୀ ମାମଲା କହି ଖଣ୍ଡପୀଠ ଖାରଜ କରିଦେବା ସହ ତୁମେ ଚାହିଁଲେ ଅନୁକୂଳଚନ୍ଦ୍ରଙ୍କୁ ପରମାତ୍ମା ବିବେଚନା କରିପାର, କିନ୍ତୁ ଅନ୍ୟ ଉପରେ ଲଦିଦେଇପାରିବ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri