ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି ରଖିଥିଲେ। ଏ ନେଇ ଅଭିଯୋଗ ପରେ କୋର୍ଟରେ ମାମଲା ଚାଲିଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମାଜିଷ୍ଟ୍ରେଟ ତଥା ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ରଙ୍କ ଉପସ୍ଥିତିରେ ଆରଆଇ ସୀତାରାମ ସାହୁ ମାପଚୂପ କରବା ପରେ ଠାକୁରଙ୍କ ଜାଗା ଚି଼ହ୍ନଟ ହୋଇଛି। ଉକ୍ତ ସ୍ଥାନରେ ଜବରଦଖଲ କରାଯାଇ ହୋଇଥିବା ୨ଟି ଦୋକାନ ଗୃହରେ ଛତ୍ରପୁର କୋର୍ଟ କର୍ମଚାରୀ ତାଲା ପକାଇ ସାହି କମିଟି ସଭାପତି ପ୍ରଭାକର ପାଣିଗ୍ରାହୀଙ୍କୁ ଚାବି ହସ୍ତାନ୍ତର କରିଛନ୍ତି । ଏଥିସହ ସଂମ୍ପୃକ୍ତ ପରିବାର ରହୁଥିବା ଘରକୁ ମଧ୍ୟ ସିଲ କରାଯାଇଛି। ଶନିବାର ପୂର୍ବାହ୍ନ ୧୦ଟା ସୁଦ୍ଧା ଘର ଖାଲି କରିବାକୁ କୁହାଯାଇଥିବା ତହସିଲଦାର ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମାପଚୁପ ବେଳେ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଥାନା ଆଇଆଇସି ସୁମିତ୍ରା ପାତ୍ର, ଏସଆଇ ଅନିରୁଦ୍ଧ ସ୍ବାଇଁ, ଏଏସଆଇ ସୁଦୀପ୍ତ ସାହୁଙ୍କ ସମେତ ପୋଲିସ ଫୋର୍ସ ମୁୂତୟନ ଥିଲେ। ଜବର ଦଖଲକାରୀ ଗୋପାଳ ମହାରଣା ଅନୁପସ୍ଥିତ ଥିଲେ ବୋଲି ଆଇଆଇସି କହିଛନ୍ତି।
ବ୍ରାହ୍ମଣ ଢମଣା ସାହି କମିଟି ସଭାପତି ପାଣିଗ୍ରାହୀଙ୍କ ସୂଚନାନୁଯାୟୀ, ୨୦୦୦ ମସିହାରୁ ସଂମ୍ପୃକ୍ତ ବ୍ୟକ୍ତିଙ୍କୁ ଠାକୁରଙ୍କ ଜାଗା ଖାଲି କରିବାକୁ ସାହି ପକ୍ଷରୁ ବାରମ୍ବାର କୁହାଯାଇଥିଲେ ମଧ୍ୟ ସେ କର୍ଣ୍ଣପାତ କରୁନଥିଲେ। ତେଣୁ ଆଇନର ଆଶ୍ରୟ ନିଆଯାଇଥିଲା। ଜବରଦଖଲକାରୀ ଗୋପାଳ ମଧ୍ୟ ହାଇକୋର୍ଟରେ କେସ ଫାଇଲ କରିଥିଲେ। ୨୦୨୨ରେ କୋର୍ଟ ତାହା ନାକଚ କରିଦେଇଥିଲେ। ଗୋପାଳ କୋର୍ଟଙ୍କୁ ଏକ ମାସ ମହଲତ ମାଗିଥିଲେ। ସାହିବାସିନ୍ଦା ୨୦୨୪ରେ ପୁଣି କୋର୍ଟର ଆଶ୍ରୟ ନେଇଥିଲେ। ବର୍ତ୍ତମାନ ରାୟ ଆସିଥିବାରୁ ସାହି ବାସିନ୍ଦା ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ବଡ଼ବଜାରରେ ଠାକୁର ମଦନ ମୋହନଙ୍କ ୫୦/୬୦ ହାତ ଜାଗା ଅଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri