ଆଜିଠୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୬ା୫(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରର ପ୍ରସିଦ୍ଧ ଐତିହାସିକ ମା କନଳା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀ ଆଦି ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ବୁଧବାରଠାରୁ ଆରମ୍ଭ ହେବ। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି । ଜୁନ ୮ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ହେବାକୁ ଥିବା ଏହି ଯାତ୍ରା ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଯାତ୍ରା ଅଧିକାରୀ ରମାକାନ୍ତ ଦାଶଙ୍କ ତତ୍ତ୍ୱାବଧାନରେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି। ମା’ଙ୍କ ଅବସ୍ଥାନ ନିମନ୍ତେ ବଡବଜାରସ୍ଥିତ ଗାନ୍ଧୀ ଛକଠାରେ ଅସ୍ଥାୟୀ ମନ୍ଦିର ନିର୍ମାଣ ଶେଷ ହୋଇଛି। ମଙ୍ଗଳବାର ଏଠାରେ ମହିଳା ମାନେ ଲିପାପୋଛା କରି ଝୋଟି ପକାଇଛନ୍ତି। ବୁଧବାର ସନ୍ଧ୍ୟା ୭ଟାରେ ବଡବଜାରସ୍ଥିତ ଅସ୍ଥାୟୀ ମନ୍ଦିର ଠାରୁ ବିରାଟ ଶୋଭାଯାତ୍ରା ବାହାରି ଠାକୁରାଣୀମାନଙ୍କ ମଖ୍ୟମନ୍ଦିରଗୁଡିକୁ ଯାଇ ମା’ଙ୍କୁ ଆମନ୍ତ୍ରଣ କରାଯିବ। ରାତି ୧ଟା ୩୦ ରେ ଅସ୍ଥାୟୀ ମନ୍ଦିରରେ ଠାକୁରାଣୀମାନଙ୍କୁ ପ୍ରବେଶ କରାଇବାକୁ ସମୟ ଧାର୍ଯ୍ୟ ହୋଇଛି । ପରମ୍ପରା ଅନୁଯାୟୀ ୫ ଜଣ ଗୋପାଳ ସମ୍ପ୍ରଦାୟର ପୁରୁଷ ଫୁଲଚାଙ୍ଗୁଡି ନେଇ ପ୍ରଥମେ କନକା ଠାକୁରାଣୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରି ଆମନ୍ତ୍ରଣ କରି ଆଜ୍ଞାମାଳ ଆଣିବା ପରେ କାଳୁଆ, ତାରା ତାରିଣୀ, କାଳୀଙ୍କ ମୁଖ୍ୟ ମନ୍ଦିରଗୁଡିକୁ ଯାଇ ଆଜ୍ଞାମାଳ ଆଣିବେ। ଅସ୍ଥାୟୀ ମନ୍ଦିରରେ ପ୍ରସ୍ତୁତ ହୋଇ ରହିଥିବା ମାଠିଆରେ ଆଜ୍ଞାମାଳ ଫୁଲର ଘଟକୁ ସ୍ଥାପନ କରାଇବେ। ଅସ୍ଥାୟୀ ମନ୍ଦିରରେ ମା’ଙ୍କ ଘଟ ଥିବା ପର୍ଯ୍ୟନ୍ତ ଯାତ୍ରା ଚାଲିବ। କିପରି ଶାନ୍ତିଶୃଙ୍ଖଳାରେ ଯାତ୍ରା ସମାପନ ହେବ ସେଥିନେଇ ଏସଡିପିଓ ଡ.ଦୀପକ କୁମାର ମିଶ୍ର ଓ ଆଇଆଇସି ରାଜେଶ କୁମାର ନାୟକଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri