ଆଜିଠୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୬ା୫(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରର ପ୍ରସିଦ୍ଧ ଐତିହାସିକ ମା କନଳା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀ ଆଦି ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ବୁଧବାରଠାରୁ ଆରମ୍ଭ ହେବ। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି । ଜୁନ ୮ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ହେବାକୁ ଥିବା ଏହି ଯାତ୍ରା ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଯାତ୍ରା ଅଧିକାରୀ ରମାକାନ୍ତ ଦାଶଙ୍କ ତତ୍ତ୍ୱାବଧାନରେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି। ମା’ଙ୍କ ଅବସ୍ଥାନ ନିମନ୍ତେ ବଡବଜାରସ୍ଥିତ ଗାନ୍ଧୀ ଛକଠାରେ ଅସ୍ଥାୟୀ ମନ୍ଦିର ନିର୍ମାଣ ଶେଷ ହୋଇଛି। ମଙ୍ଗଳବାର ଏଠାରେ ମହିଳା ମାନେ ଲିପାପୋଛା କରି ଝୋଟି ପକାଇଛନ୍ତି। ବୁଧବାର ସନ୍ଧ୍ୟା ୭ଟାରେ ବଡବଜାରସ୍ଥିତ ଅସ୍ଥାୟୀ ମନ୍ଦିର ଠାରୁ ବିରାଟ ଶୋଭାଯାତ୍ରା ବାହାରି ଠାକୁରାଣୀମାନଙ୍କ ମଖ୍ୟମନ୍ଦିରଗୁଡିକୁ ଯାଇ ମା’ଙ୍କୁ ଆମନ୍ତ୍ରଣ କରାଯିବ। ରାତି ୧ଟା ୩୦ ରେ ଅସ୍ଥାୟୀ ମନ୍ଦିରରେ ଠାକୁରାଣୀମାନଙ୍କୁ ପ୍ରବେଶ କରାଇବାକୁ ସମୟ ଧାର୍ଯ୍ୟ ହୋଇଛି । ପରମ୍ପରା ଅନୁଯାୟୀ ୫ ଜଣ ଗୋପାଳ ସମ୍ପ୍ରଦାୟର ପୁରୁଷ ଫୁଲଚାଙ୍ଗୁଡି ନେଇ ପ୍ରଥମେ କନକା ଠାକୁରାଣୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରି ଆମନ୍ତ୍ରଣ କରି ଆଜ୍ଞାମାଳ ଆଣିବା ପରେ କାଳୁଆ, ତାରା ତାରିଣୀ, କାଳୀଙ୍କ ମୁଖ୍ୟ ମନ୍ଦିରଗୁଡିକୁ ଯାଇ ଆଜ୍ଞାମାଳ ଆଣିବେ। ଅସ୍ଥାୟୀ ମନ୍ଦିରରେ ପ୍ରସ୍ତୁତ ହୋଇ ରହିଥିବା ମାଠିଆରେ ଆଜ୍ଞାମାଳ ଫୁଲର ଘଟକୁ ସ୍ଥାପନ କରାଇବେ। ଅସ୍ଥାୟୀ ମନ୍ଦିରରେ ମା’ଙ୍କ ଘଟ ଥିବା ପର୍ଯ୍ୟନ୍ତ ଯାତ୍ରା ଚାଲିବ। କିପରି ଶାନ୍ତିଶୃଙ୍ଖଳାରେ ଯାତ୍ରା ସମାପନ ହେବ ସେଥିନେଇ ଏସଡିପିଓ ଡ.ଦୀପକ କୁମାର ମିଶ୍ର ଓ ଆଇଆଇସି ରାଜେଶ କୁମାର ନାୟକଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri