ବାହୁଡ଼ିଲେ ଠାକୁରଅଜା ସିଦ୍ଧବଳରାମ

ସାକ୍ଷୀଗୋପାଳ,୨୯।୬(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ନବଦିନ ଯାତ୍ରାରେ ଆସି ଚନ୍ଦନ ମଣ୍ଡପରେ ଅବସ୍ଥାନ କରିଥିବା ଠାକୁରଅଜା ଶ୍ରୀ ସିଦ୍ଧବଳରାମ ଦେବ ବୁଧବାର ବକୁଳବନସ୍ଥିତ ନିଜ ମନ୍ଦିରକୁ ରଥରେ ବାହୁଡି ଯାଇଛନ୍ତି। ଫେରିବା ବାଟରେ ସାକ୍ଷୀଗୋପାଳ ଠାକୁରଙ୍କ ମହାସୁଆର ସ୍ବର୍ଗତ ଦାଶରଥୀ ଖୁଣ୍ଟିଆଙ୍କ ଘରେ ସ୍ବର୍ଗତ ଖୁଣ୍ଟିଆ ଙ୍କ ପୁଅ ଅଦାଲତ ପୋଡପିଠା ଭୋଗଲାଗି କରିଥିଲେ। ଦୈନନ୍ଦିନ ଦେବନୀତି ମଧ୍ୟରେ ମଙ୍ଗଳ ଆଳତି, ଅବକାଶ, ବାଳ ଭୋଗ ପରେ ମଧ୍ୟାହ୍ନରେ ଚକା ଛାଡ଼ ଖେଚୁଡ଼ି ଭୋଗ ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ଛେରାପହଁରା ନୀତି ପରେ ଘଣ୍ଟ, ଘଣ୍ଟି, କାହାଳୀ, ମୃଦଙ୍ଗ ବାଦ୍ୟ ମଧ୍ୟରେ ଠାକୁରଙ୍କ ପହଣ୍ଡି କରାଯାଇ ରଥାରୂଢ଼ କରାଯାଇଥିଲା। ଶ୍ରୀରାମଚନ୍ଦ୍ରପୁର ଗ୍ରାମର ବୁଟୁ ମିଶ୍ର ଅଧରପଣା ଭୋଗ ଲଗାଇ ବିତରଣ କରିଥିଲେ। ଶ୍ରଦ୍ଧାଳୁ ଓ ଛୋଟ ପିଲାମାନେ ଚନ୍ଦନ ମଣ୍ଡପ ନିକଟରୁ ରଥ ଟାଣି ନେଇଥିଲେ। ନବ ଦିନ ଅସ୍ଥାନ ସମୟରେ ଆଖପାଖ ଲୋକେ ଆଡପ ମଣ୍ଡପ ଭୋଗ ଲାଗି କରିବା ସହିତ କିଛି ଶ୍ରଦ୍ଧାଳୁ ପ୍ରତ୍ୟହ ଆଡ଼ପ ଦର୍ଶନ କରିଥିଲେ। ସାକ୍ଷୀଗୋପାଳ ମନ୍ଦିର ପ୍ରଶାସନ ତରଫରୁ ଏହି ସୁସଜ୍ଜିତ ରଥ ନିର୍ମାଣ କରାଯାଇଥିଲା। ସେବାୟତ ଦେବରାଜ ପଣ୍ଡା, ବ୍ରଜରାଜ ପଣ୍ଡା ଓ ଅନ୍ୟମାନେ ଠାକୁରଙ୍କ ଦେବନୀତି ସମ୍ପାଦନା କରିଥିଲେ। ରଥଟଣା ସମୟରେ ମନ୍ଦିର କର୍ମଚାରୀଙ୍କ ସହିତ କାହାଳିଆ ବିଶକର୍ମା, ମଣ୍ଡଣି ସୁଆଁସିଆ, ବାଜାବାଲା, ଭୋଇ ସେବାୟତମାନେ ରଥଚଳା କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri