ବିଭିନ୍ନ ସାହିରେ ଠାକୁରାଣୀଙ୍କ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୮।୪:  ବ୍ରହ୍ମପୁର ବୁଢ଼ୀ ସାଆନ୍ତାଣୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାର ୪ର୍ଥ ଦିନ ଶୁକ୍ରବାର ମା’ ଠାକୁରାଣୀଙ୍କ ଘଟ ବିଭିନ୍ନ ସାହି ପରିକ୍ରମା କରିଥିଲା। ଏଥିରେ ପାର୍ଶ୍ୱ ଘଟ ମଧ୍ୟ ରହିଥିଲେ। ରାତ୍ରି ପ୍ରାୟ ୯ଟା ପରେ ମା’ଙ୍କ ଘଟ ଅସ୍ଥାୟୀ ମଣ୍ଡପରୁ ବାହାରିଥିଲା। ପରେ ମହୁରୀ ରାଜବାଟିରେ ରାଜା ଅଶୋକ କୁମାର ନରେନ୍ଦ୍ରଦେବ ମା’ଙ୍କ ଘଟ ପୂଜାର୍ଚ୍ଚନା କରିଥିଲେ। ପରେ ମା’ଙ୍କ ଘଟ ପ୍ରଥମେ ବଡ ବଜାର ଅଞ୍ଚଳରେ ପହଞ୍ଚତ୍ଥିଲା। ଏହାପରେ କମଳାବାରୀ ସାହି, ସାଆନ୍ତାଣୀ ସାହି ଓ ମାର୍ଥାପେଟା ସାହିକୁ ଯାତ୍ରା କରିଥିଲେ। ଘଟ ପରିକ୍ରମା ସମୟରେ ପ୍ରତି ସାହିରେ ଶତାଧିକ ମହିଳା କଳସୀରେ ହଳଦୀ ପାଣି, ଆଳତୀ ଓ ଭୋଗ ଧରି ଅପେକ୍ଷା କରିଥିଲେ। ଘଟ ପରିକ୍ରମା ସମୟରେ ପ୍ରତି ସାହିରେ ନୂଆ ଶାଢି ପକାଯାଇଥିଲା। ମା’ଙ୍କ ଘଟ ଧରିଥିବା ଦେବକୀ ସେହି ଶାଢି ଉପରେ ଚାଲି ଚାଲି ଆସିଥିଲେ। ହଳଦୀ ପାଣିରେ ମହିଳାମାନେ ମା’ଙ୍କ ପାଦ ଧୋଇଥିଲେ। ଏଥିସହ ମୁଖ୍ୟ ଘଟକୁ ଆଳତୀ କରିବା ସହ ମହିଳାମାନେ ଭୋଗରାଗ ମଧ୍ୟ କରିଥିଲେ। ଘଟ ସମସ୍ତ ସାହି ପରିକ୍ରମା କରିବା ପରେ ମାର୍ଥାପେଟା ସାହି ଦେଇ ଦେଶୀ ବେହେରା ସାହି ସ୍ଥିତ ଅସ୍ଥାୟୀ ମଣ୍ଡପକୁ ଫେରିଥିଲେ। ଅସ୍ଥାୟୀ ମଣ୍ଡପରେ ଆଳତୀ ପରେ ଅନ୍ନ ଭୋଗ କରାଯାଇଥିଲା। ଏହି ସମୟରେ ମାଙ୍କ ଦର୍ଶନ ପାଇଁ ଅସ୍ଥାୟୀ ମଣ୍ଡପ ବାହାରେ ହଜାର ହଜାର ସଂଖ୍ୟକ ଭକ୍ତଙ୍କ ଲମ୍ବା ଧାଡି ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri