ବିଭିନ୍ନ ସାହିରେ ଠାକୁରାଣୀଙ୍କ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୮।୪:  ବ୍ରହ୍ମପୁର ବୁଢ଼ୀ ସାଆନ୍ତାଣୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାର ୪ର୍ଥ ଦିନ ଶୁକ୍ରବାର ମା’ ଠାକୁରାଣୀଙ୍କ ଘଟ ବିଭିନ୍ନ ସାହି ପରିକ୍ରମା କରିଥିଲା। ଏଥିରେ ପାର୍ଶ୍ୱ ଘଟ ମଧ୍ୟ ରହିଥିଲେ। ରାତ୍ରି ପ୍ରାୟ ୯ଟା ପରେ ମା’ଙ୍କ ଘଟ ଅସ୍ଥାୟୀ ମଣ୍ଡପରୁ ବାହାରିଥିଲା। ପରେ ମହୁରୀ ରାଜବାଟିରେ ରାଜା ଅଶୋକ କୁମାର ନରେନ୍ଦ୍ରଦେବ ମା’ଙ୍କ ଘଟ ପୂଜାର୍ଚ୍ଚନା କରିଥିଲେ। ପରେ ମା’ଙ୍କ ଘଟ ପ୍ରଥମେ ବଡ ବଜାର ଅଞ୍ଚଳରେ ପହଞ୍ଚତ୍ଥିଲା। ଏହାପରେ କମଳାବାରୀ ସାହି, ସାଆନ୍ତାଣୀ ସାହି ଓ ମାର୍ଥାପେଟା ସାହିକୁ ଯାତ୍ରା କରିଥିଲେ। ଘଟ ପରିକ୍ରମା ସମୟରେ ପ୍ରତି ସାହିରେ ଶତାଧିକ ମହିଳା କଳସୀରେ ହଳଦୀ ପାଣି, ଆଳତୀ ଓ ଭୋଗ ଧରି ଅପେକ୍ଷା କରିଥିଲେ। ଘଟ ପରିକ୍ରମା ସମୟରେ ପ୍ରତି ସାହିରେ ନୂଆ ଶାଢି ପକାଯାଇଥିଲା। ମା’ଙ୍କ ଘଟ ଧରିଥିବା ଦେବକୀ ସେହି ଶାଢି ଉପରେ ଚାଲି ଚାଲି ଆସିଥିଲେ। ହଳଦୀ ପାଣିରେ ମହିଳାମାନେ ମା’ଙ୍କ ପାଦ ଧୋଇଥିଲେ। ଏଥିସହ ମୁଖ୍ୟ ଘଟକୁ ଆଳତୀ କରିବା ସହ ମହିଳାମାନେ ଭୋଗରାଗ ମଧ୍ୟ କରିଥିଲେ। ଘଟ ସମସ୍ତ ସାହି ପରିକ୍ରମା କରିବା ପରେ ମାର୍ଥାପେଟା ସାହି ଦେଇ ଦେଶୀ ବେହେରା ସାହି ସ୍ଥିତ ଅସ୍ଥାୟୀ ମଣ୍ଡପକୁ ଫେରିଥିଲେ। ଅସ୍ଥାୟୀ ମଣ୍ଡପରେ ଆଳତୀ ପରେ ଅନ୍ନ ଭୋଗ କରାଯାଇଥିଲା। ଏହି ସମୟରେ ମାଙ୍କ ଦର୍ଶନ ପାଇଁ ଅସ୍ଥାୟୀ ମଣ୍ଡପ ବାହାରେ ହଜାର ହଜାର ସଂଖ୍ୟକ ଭକ୍ତଙ୍କ ଲମ୍ବା ଧାଡି ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?