ଶାଶୁଘର ଚାଲିଯିବେ ପଞ୍ଚଠାକୁରାଣୀ

ପୁରୁଷୋତ୍ତମପୁର,୩୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଦ୍ୱିବାର୍ଷିକ ଠାକୁରାଣୀ ଯାତ୍ରା ମଙ୍ଗଳବାର ଶେଷ ହେଉଛି। ଏହି ଯାତ୍ରା ଗତ ୩ ତାରିଖଠାରୁ ଆରମ୍ଭ ହୋଇଥିଲା। ମା ପଞ୍ଚଠାକୁରାଣୀ ନିଜ ମନ୍ଦିର ଛାଡ଼ି ବାପଘର ପୁରୁଷୋତ୍ତମପୁର ସହରର ବଡ଼ବଜାର ସ୍ଥିତ ଅସ୍ଥାୟୀ ମନ୍ଦିରକୁ ଆସି ବିଜେ କରିବା ସହ ପ୍ରତ୍ୟହ ସନ୍ଧ୍ୟାରେ ସାହି ସାହି ବୁଲି ଭକ୍ତଙ୍କୁ ଦର୍ଶନ ଦେଉଥିଲେ। ମାତ୍ର ମା’ ଦୀର୍ଘ ୨୮ ଦିନ ହେଲା ମା’ ଶାଶୁଘର ଛାଡ଼ି ବାପଘର ଚାଲି ଆସିଥିବାରୁ ଶାଶୁଘର ଲୋକେ (କନକା ସାହି ବାସିନ୍ଦା) ରବିବାର ରାତ୍ରରେ ବିରାଟ ପଟୁଆରରେ ବଡ ବଜାର ସ୍ଥିତ ଅସ୍ଥାୟୀ ମନ୍ଦିର (ବାପଘର)କୁ ଆସି ପୂଜାର୍ଚ୍ଚନା କରି ନିଜ ଘରକୁ ଫେରିଯିବା ଲାଗି ଡାକିଥିଲେ। ଶାଶୁଘର ପକ୍ଷରୁ ଏହି ଡାକରା ପାଇ କିମ୍ବଦନ୍ତୀ ପୂର୍ଣ୍ଣ ମା’ କନକା ଠାକୁରାଣୀଙ୍କ ସମେତ ପୁଅ କାଳୁଆ, ବୋହୁ ଫୁଲସୁନ୍ଦରୀ, ଝିଅ ତାରାତାରିଣୀ ଓ କାଳୀ ଆଦି ପଞ୍ଚ ଠାକୁରାଣୀ ନିଜ ଘରକୁ ମଙ୍ଗଳବାର ମଧ୍ୟରାତିରେ ଫେରିଯିବେ। ଏହି ଯାତ୍ରା ଲାଗି ବହୁ ଭକ୍ତଙ୍କ ଭିଡ଼ ଲାଗି ରହୁଛି। ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ, ବଣିକ ସଂଘ ମାନ ପକ୍ଷରୁ ସହରର ବହୁ ସ୍ଥାନରେ ବିଭିନ୍ନ ପ୍ରକାର ରନ୍ଧାଖାଦ୍ୟ ମାନ ବଣ୍ଟନ କରାଯାଉଛି। ଏହା ସାଙ୍ଗକୁ ବିଭିନ୍ନ ସାହି ବସ୍ତିରେ ସୁନ୍ଦର ସୁନ୍ଦର ମେଢ, କଳାକୁଞ୍ଜ ମାନ ନିର୍ମାଣ କରାଯିବା ସହ ସୁନ୍ଦର ସୁନ୍ଦର ରଙ୍ଗିନ ଆଲୋକମାଳାରେ ଝଲସି ଉଠୁଛି। ମାନସିକଧାରୀମାନେ ବିଭିନ୍ନ ବେଶରେ ସଜ୍ଜିତ ହୋଇ ସାହି ସାହି ବୁଲିବାରେ ଲାଗିଛନ୍ତି। ସ୍ବପ୍ନେଶ୍ୱର କାଳୀଯାତ୍ରା ପଡ଼ିଆରେ ଚାଲିଛି ଅପେରା ଓ ଦୋଳି, ମିନାବଜାର ଆଦି ମନୋରଞ୍ଜନ କାର୍ଯ୍ୟକ୍ରମ। ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ସ୍ଥାନରେ ପୋଲିସ ଅଫିସର ଓ ଫୋର୍ସ ମୁତୟନ ରହି ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri