Posted inଜାତୀୟ

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ ଅନୁଷ୍ଠିତ ନିର୍ୱାଚନରେ ବେଶ ସଫଳତା ପାଇବା ପରେ ସେ ଭାରତର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ମିଳିଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ, ୬୪୮ କୋଟିରୁ ଅଧିକ ମୋଟ ସମ୍ପତ୍ତି (Net Worth) ସହ ବିଜୟ ଭାରତର ତୃତୀୟ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ବନିଯାଇଛନ୍ତି।

ରାଜନୀତିରେ ପାଦ ଥାପିବା ପରେ ଏବଂ ନିଜର ଦଳ ‘ତାମିଲଗା ଭେଟ୍ରି କାଜାଗାମ’ (TVK) ମାଧ୍ୟମରେ ସେ ଏହି ସଫଳତା ପାଇଛନ୍ତି। ସମ୍ପତ୍ତି ତାଲିକାରେ ସେ ଦେଶର ପ୍ରମୁଖ ଧନୀ ରାଜନେତାମାନଙ୍କୁ କଡ଼ା ଟକ୍କର ଦେଇଛନ୍ତି।

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ୱାଇ.ଏସ. ଜଗନ ମୋହନ ରେଡ୍ଡୀ ଏହି ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି, ଯାହାଙ୍କର ସମ୍ପତ୍ତି ପ୍ରାୟ ୫୧୦ କୋଟିରୁ ଅଧିକ ବୋଲି ପୂର୍ୱରୁ ଆକଳନ କରାଯାଇଥିଲା। ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବର୍ତ୍ତମାନ ସୁପରଷ୍ଟାର ବିଜୟ ପ୍ରାୟ ୬୪୮ କୋଟିର ସମ୍ପତ୍ତି ସହ ଦେଶର ତୃତୀୟ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ଭାବେ ଉଭା ହୋଇଛନ୍ତି।

ଥାଲାପାତି ବିଜୟ କେବଳ ଭାରତରେ ନୁହେଁ, ବରଂ ସାରା ବିଶ୍ୱରେ ସବୁଠାରୁ ଅଧିକ ପାରିଶ୍ରମିକ (Highest-Paid) ନେଉଥିବା ଅଭିନେତାମାନଙ୍କ ମଧ୍ୟରୁ ଜଣେ। ଗତ କିଛି ବର୍ଷ ମଧ୍ୟରେ ତାଙ୍କର ଏକାଧିକ ସୁପରହିଟ ସିନେମା ଯଥା- ‘ଲିଓ’, ‘ବାରିସୁ’ ଏବଂ ‘ଦି ଗ୍ରେଟେଷ୍ଟ ଅଫ ଅଲ ଟାଇମ’ (GOAT) ବକ୍ସ ଅଫିସରେ ଶହ ଶହ କୋଟିର ବ୍ୟବସାୟ କରିଥିଲା। ରିପୋର୍ଟ ମୁତାବକ, ସେ ନିଜର ଶେଷ କିଛି ଚଳଚ୍ଚିତ୍ର ପାଇଁ ୧୫୦ କୋଟିରୁ ୨୦୦ କୋଟି ପର୍ଯ୍ୟନ୍ତ ଫିସ ନେଉଥିଲେ।

ଖାଲି ସିନେମା ଫିସ ନୁହେଁ, ବିଜୟଙ୍କର ଅନେକ ବ୍ୟବସାୟିକ ଏବଂ ବିଳାସପୂର୍ଣ୍ଣ ସମ୍ପତ୍ତି ମଧ୍ୟ ରହିଛି। ଚେନ୍ନାଇର ସବୁଠାରୁ ପପୁଲାର୍‌ ଅଞ୍ଚଳ ‘ନୀଲାଙ୍କରାଇ’ ଠାରେ ତାଙ୍କର ଏକ ସୁନ୍ଦର ଓ ଦାମୀ ବଙ୍ଗଳା ରହିଛି। ଏହା ବ୍ୟତୀତ ଚେନ୍ନାଇର ଅନ୍ୟାନ୍ୟ ପ୍ରମୁଖ ସ୍ଥାନରେ ତାଙ୍କର କମର୍ସିଆଲ ବିଲ୍ଡିଂ ଏବଂ ବିବାହ ମଣ୍ଡପ (Wedding Halls) ମଧ୍ୟ ରହିଛି, ଯେଉଁଥିରୁ ତାଙ୍କୁ ମୋଟା ଅଙ୍କର ଭଡ଼ା ମିଳିଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…

ବାପାଙ୍କ ମୃତଦେହ ସହ ୫ ଦିନ ଧରି ଗୋଟିଏ ଘରେ ରହିଲେ ପୁଅ, ଧନତେରସ୍‌ରେ ଝିଅ ପହଞ୍ଚିବା ପରେ….

ଲକ୍ଷ୍ନୌ,୮ା୧୧: ଉତ୍ତରପ୍ରଦେଶର କାନପୁରର ପନକି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କ ମୃତଦେହ ତାଙ୍କ ଫ୍ଲାଟ୍‌ରେ ପ୍ରାୟ ୫ ଦିନ ଧରି…

ଦୀପାବଳିରେ ପୁଅ ବିହାନଙ୍କ ମୁହଁ ଦେଖାଇଲେ କ୍ୟାଟ୍ରିନା-ଭିକି, କ୍ୟୁଟ୍‌ ଲୁକ୍‌ରେ ଫ୍ୟାନ୍ସଙ୍କ ମନ ଜିଣିଲେ ଷ୍ଟାର୍‌କିଡ୍‌!

ମୁମ୍ବାଇ,୮ା୧୧: ବଲିଉଡ୍‌ର ଚର୍ଚ୍ଚିତ ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ୍‌ ଏବଂ ଭିକି କୌଶଲ ଦୀପାବଳି ଅବସରରେ ନିଜ ପ୍ରଶଂସକଙ୍କୁ ଦେଇଛନ୍ତି ଏକ ବଡ଼ ସରପ୍ରାଇଜ୍‌ । ଦୀର୍ଘ…

ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…

ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫)…

ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍‌, ୪ ଅଭିଯୁକ୍ତଙ୍କୁ ଗିରଫ କରି…

ଭବାନୀପାଟଣା,୮ା୧୧(ଉତ୍ତମ କୁମାର ଦାଶ): ବିକ୍ରି କରିବା ବାହାନାରେ ନକଲି ସୁନା ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଲୁଟି ନେବା ଅଭିଯୋଗରେ ରବିବାର ଭବାନୀପାଟଣା ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?