ଶୁଟିଂ ଶେଟ୍‌ରେ ଭେଟିବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଥିଲେ ଏହି ସାଉଥ୍‌ ଷ୍ଟାର, ଏଭଳି ଥିଲା ଲଭ୍‌ଷ୍ଟୋରୀ

ହାଇଦ୍ରାବାଦ: ତାମିଲ ଫିଲ୍ମଜଗତର ଲୋକପ୍ରିୟ କଳାକାରଙ୍କ ମଧ୍ୟରୁ ଜଣେ ହେଲେ ଜୋସେଫ ବିଜୟ ଚନ୍ଦ୍ରଶେଖର ଓରଫ ଥାଲାପତି ବିଜୟ। ଦୁଇ ଦଶନ୍ଧି ଧରି ସେ ଅଭିନୟ କରି ଆସୁଛନ୍ତି। ସେ ପାଖାପାଖି ୬୫ ଫିଲ୍ମରେ ଅଭିନୟ କରିଥିବା ବେଳେ ସବୁଗୁଡ଼ିକ ହିଟ୍‌ ହୋଇଛି। ସେଥିରୁ କିଛି ବକ୍ସ ଅଫିସରେ କରିଛି ରେକର୍ଡ। ତେବେ କେବଳ ଯେ ଅଭିନୟ ତାହା ନୁହେଁ ବରଂ ସେ ଜଣେ ଭଲ ନୃତ୍ୟଶିଳ୍ପୀ। ଆଜି ଅର୍ଥାତ ଜୁନ ୨୨ରେ ଏହି ଅଭିନେତା ନିଜର ୪୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି।

ବ୍ୟକ୍ତିଗତ ଜୀବନ ଦେଖିଲେ ବିଜୟ ଜଣେ ପ୍ରଶଂସକଙ୍କୁ ବିବାହ କରିଛନ୍ତି। ଚକିତ କଲେ ହେଁ କଥାଟି ସତ। ସେ ମହିଳା ପ୍ରଶଂସକ ସଙ୍ଗୀତା ସୋର୍ଣ୍ଣଲିଙ୍ଗମଙ୍କ ହାତ ଧରିଛନ୍ତି। ସେତେବେଳେ ସେ ବଡ଼ ଷ୍ଟାର ନ ଥିଲେ। ସମୟ ସହ ତାଳଦେଇ ସେ ମନୋରଞ୍ଜନଜଗତରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିବାରେ ସଫଳ ହୋଇଛନ୍ତି।

ସଙ୍ଗୀତା ଥାଲାପତି ବିଜୟଙ୍କୁ ଫିଲ୍ମ ‘ପୂର୍ବେ ଉନ୍‌କ୍କଗା ଲାଗି ଅଭିନନ୍ଦନ ଜଣାଇବାକୁ ଆସିଥିଲେ। ୧୯୯୬ରେ ରିଲିଜ ହୋଇଥିବା ଏହି ଫିଲ୍ମ କେବଳ ଭାରତରେ ନୁହେଁ ବରଂ ବିଦେଶରେ ହିଟ୍‌ ହୋଇଥିଲା। ପ୍ରଥମ ଦେଖାରେ ହିଁ ବିଜୟ ସଙ୍ଗୀତାଙ୍କ ପ୍ରତି ଆକର୍ଷିତ ହୋଇଯାଇଥିଲେ। ତାଙ୍କୁ ଭେଟିବାକୁ ସଙ୍ଗୀତା ଲଣ୍ଡନରୁ ଭାରତ ଆସିଥିବା ଜାଣି ଅଭିନେତା ଖୁସି ହୋଇଯାଇଥିଲେ। ସେହି ଦିନ ସନ୍ଧ୍ୟାରେ ତାଙ୍କ ଘରକୁ ଆସିବା ଲାଗି ସେ ସଙ୍ଗୀତାଙ୍କୁ କହିଥିଲେ। ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ଏବଂ ଏହା ପ୍ରେମରେ ପରିଣତ ହୋଇଯାଇଥିଲା। ଦୀର୍ଘ ତିନି ବର୍ଷ ପରସ୍ପରକୁ ଡେଟ୍‌ କରିବା ପରେ ସେମାନେ ବିବାହ କରିଥିଲେ। ୧୯୯୯ ଅଗଷ୍ଟ ୨୫ରେ ଖ୍ରିଷ୍ଟିଆନ୍‌ ରୀତିନୀତିରେ ବିବାହ ଅନୁଷ୍ଠିତ ହୋଇଥିଲା। ଏବେ ଦୁହେଁ ବେଶ ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri