ରଜନୀକାନ୍ତଙ୍କଠାରୁ ବି ଅଧିକ ପାଉଣା ନିଅନ୍ତି ଏହି ଅଭିନେତା

ହାଇଦ୍ରାବାଦ: ଜୋସେଫ ବିଜୟ ଚନ୍ଦ୍ରଶେଖର ଥାଲାପତି ବିଜୟ ନାମରେ ପ୍ରଶଂସକଙ୍କ ଗହଣରେ ପରିଚିତ। ଦୁଇ ଦଶକରୁ ଅଧିକ ସମୟ ଧରି ସେ ତାମିଲ ଫିଲ୍ମଜଗତ ସହ ଜଡ଼ିତ। ନିଜ କ୍ୟାରିୟରରେ ସେ ୬୫ ଫିଲ୍ମ କରି ସାରିଲେଣି। ସେଥିରୁ ପ୍ରାୟତଃ ସବୁ ଫିଲ୍ମ ହିଟ୍‌ ହୋଇଥିବା ବେଳେ କିଛି ବ୍ୟବସାୟରେ ରେକର୍ଡ କରିଛି। ବହୁତ କମ୍‌ ଲୋକ ଜାଣନ୍ତି ସେ ଭାରତୀୟ ସିନେମାର ସବୁଠାରୁ ଧନୀ କଳାକାର। ଚାକଚକ୍ୟଭରା ଜୀବନଶୈଳୀ ସେ ଜିଇଁଥାନ୍ତି।

ଫୋବ୍ସ ଇଣ୍ଡିଆର ୧୦୦ ଧନୀ ସେଲିବ୍ରିଟି ତାଲିକାରେ ତାଙ୍କୁ ଅନେକ ଥର ସ୍ଥାନ ମିଳିଛି। ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ବିଷ୍ଟ’ ଲାଗି ସେ ୧୦୦ କୋଟି ଟଙ୍କା ପାଉଣା ନେଇଛନ୍ତି। ଆଶ୍ଚର୍ଯ୍ୟ ଲାଗିଲେ ହେଁ ଫିଲ୍ମପିଛା କୋଟି କୋଟି ଟଙ୍କାର ଫିସ୍‌ ନେଇଥାନ୍ତି ସେ। ଏହି ମାମଲାରେ ସେ ସୁପରଷ୍ଟାର ରଜନୀକାନ୍ତଙ୍କୁ ପଛରେ ପକାଇ ଦେଇଛନ୍ତି। ରଜନୀକାନ୍ତ ଫିଲ୍ମ ‘ଦରବାର୍‌’ ଲାଗି ୯୦ କୋଟି ଟଙ୍କା ପାଉଣା ନେଇଥିଲେ। ଫିଲ୍ମ ଛଡ଼ା ବଡ଼ ବଡ଼ କମ୍ପାନୀ ଲାଗି ବିଜ୍ଞାପନରେ ସେ ନଜର ଆସିଥାନ୍ତି। ବର୍ଷକୁ ବିଜ୍ଞାପନରୁ ସେ ୧୦ କୋଟି ଟଙ୍କା ରୋଜଗାର କରିଥାନ୍ତି।

ବିଜୟଙ୍କ ମୋଟ ସମ୍ପତ୍ତି ୪୧୦ କୋଟି। ସେ ପ୍ରତିବର୍ଷ ୧୦୦-୧୨୦ କୋଟି ରୋଜଗାର କରିଥାନ୍ତି। ଭବ୍ୟ ବଙ୍ଗଳା ସାଙ୍ଗକୁ ଭଳିକି ଭଳି ଦାମୀ କାର୍‌ ତାଙ୍କ ପାଖରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri