ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ହେଲେ ଜିଲାରେ ଆଜି ବି ବହୁ ଶ୍ରମିକ ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ନିଖୋଜ ହେଉଥିବା ବେଳେ କେତେକ ନିର୍ଯ୍ୟାତିତ ହୋଇ ଶେଷରେ ଶବ ହୋଇ ଫେରିବା ଘଟଣା ସଚେତନ ମହଲରେ ଆଲୋଡନ ସୃଷ୍ଟି କରିଛି।

ଗତ ଏକମାସ ମଧ୍ୟରେ ଘଟିଥିବା ୩ଟି ଘଟଣା ଏହାର ଜ୍ୱଳନ୍ତ ଉଦାହରଣ। କୋମନା ଥାନା ଅନ୍ତର୍ଗତ ଜନ୍ଦ୍ରାମୁଣ୍ଡା ଗ୍ରାମର ଡୋଳାମଣି ମାଝୀ ତେଲେଙ୍ଗାନାର କରିମନଗରସ୍ଥିତ ଏକ ଇଟାଭାଟିରେ ଶ୍ରମିକ ଭାବେ କାମ କରୁଥିବା ବେଳେ ତାଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ମୃତଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ରହିଥିବାରୁ ପରିବାର ଲୋକେ ଏହା ହତ୍ୟା ବୋଲି ଅଭିଯୋଗ କରିଥିଲେ। କୋମନା ପୋଲିସ ଏ ନେଇ ଏକ ମାମଲା ରୁଜୁ ହୋଇଛି।

ସେହିପରି ଖଡ଼ିଆଳ ଅନ୍ତର୍ଗତ ଦାବ୍ରି ଗ୍ରାମର ଧନିସିଂ ମାଝୀ ତେଲେଙ୍ଗାନାର ଏକ ଇଟାଭାଟିକୁ କାମ କରିବାକୁ ଯାଇ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ପରିବାର ପକ୍ଷରୁ ଅଭିଯୋଗ ପରେ ମଧ୍ୟ ଘଟଣାର ତଦନ୍ତ ମନ୍ଥର ଗତିରେ ଚାଲିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଅନୁରୂପ ଭାବେ କୋମନା ଥାନା ଗଡ଼ଗଡ଼ବାହାଲି ଗ୍ରାମର ରାୟସିଂ ରଣା ତେଲେଙ୍ଗାନାରେ କାମ କରୁଥିବାବେଳେ ଟ୍ରାକ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଏହି ଘଟଣାରେ ସେଠାରେ ଦୁର୍ଘଟଣାଜନିତ ମାମଲା ରୁଜୁ ହୋଇଛି। ଏହିସବୁ ଘଟଣାରେ ଦାଦନ ସର୍ଦ୍ଦାର ଓ ଇଟାଭାଟି ମାଲିକଙ୍କୁ ତଦନ୍ତ ପରିସରକୁ ଆଣି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରୁ ଦାବି ହୋଇଛି।

ଏହାସହ ବାହାର ରାଜ୍ୟକୁ ଯାଉଥିବା ଶ୍ରମିକଙ୍କ ସୁରକ୍ଷା ନିଶ୍ଚିତ କରିବା ଲାଗି ଜିଲା ପ୍ରଶାସନ ଓ ପୋଲିସ ପଦକ୍ଷେପ ନେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri