୫-ଟି ସଚିବ ସମସ୍ୟା ବୁଝି ଛାଡ଼ି ଦେଇଥିବାରୁ ଧନ୍ୟବାଦ: ଭାସ୍କର

କଣାସ,୨୧ା୮(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ (ୟୁଜିଏସ୍‌ଏମ୍‌) ଖେଳ ପଡ଼ିଆରେ ଶନିବାର ଅନୁଷ୍ଠିତ ଏକ ସମାବେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଯୋଗଦେବାକୁ ଯାଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ଼ କରିଥିଲେ। କାଳିମାଡ଼ କରିଥିବା କଣାସ ବ୍ଲକ ଅନ୍ତର୍ଗତ ହରିପୁର ଗ୍ରାମର ଭାସ୍କର ଚନ୍ଦ୍ର ସାହୁଙ୍କୁ ପୋଲିସ ନିଜ ହେପାଜତକୁ ନେବା ସହିତ ପଚରାଉଚରା କରିଥିଲା। ପରେ ବ୍ୟକ୍ତିଗତ ମୁଚାଲିକାରେ ପୋଲିସ ଭାସ୍କରଙ୍କୁ ଛାଡ଼ିଦେଇଛି।
ଏ ସମ୍ପର୍କରେ ଭାସ୍କର କହିଛନ୍ତି, ଦୟା ନଦୀକୁ ଗଙ୍ଗୁଆ ନାଳ ମାଧ୍ୟମରେ ବିଷାକ୍ତ ଜଳକୁ ନ ଛାଡିବା ପାଇଁ ଭୁବନେଶ୍ୱର ମହାନିଗମ ଅଧିକାରୀ, ଡେଲାଙ୍ଗ ଓ କଣାସ ବ୍ଲକରେ ହୋଇଥିବା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ପୃଥକ ଭାବେ ଦାବିପତ୍ର ଦେଇଥିଲି। ଏପରିକି ସତ୍ୟବାଦୀ ବିଧାୟକଙ୍କୁ ମଧ୍ୟ ଦାବି ଜଣାଇଥିଲି। ସେହିପରି ଅଡାଲଠାରୁ ହରିପୁର ସରସ୍ବତୀ ନଗର ପର୍ଯ୍ୟନ୍ତ ଯାଇଥିବା ମକରା ନଦୀ ବନ୍ଧ ଜଳସେଚନ ବିଭାଗର ହୋଇଥିବାରୁ ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରି ରାସ୍ତା କାମ କରିବା ଓ ଜଳିଆପଡାଠାରେ ପ୍ରତିଷ୍ଠିତ ବିଦ୍ୟୁତ୍‌ ସବ୍‌ଷ୍ଟେଶନକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ବିଧାୟକ ଏବଂ ଜନଶୁଣାଣି ଶିବିରରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲି। ତେବେ ଏହା ଉପରେ କୌଣସି ପଦକ୍ଷେପ ନ ନିଆଯିବାରୁ ଅସନ୍ତୋଷ ପ୍ରକାଶ କରି ୫-ଟି ସଚିବଙ୍କ ଉପରକୁ କାଳିପକାଇଥିଲି। କୌଣସି ରାଜନୈତିକ ପ୍ରରୋଚନାରେ ଏହା କରିନାହିଁ। ୫-ଟି ସଚିବ ସମସ୍ୟା ବୁଝି ଛାଡ଼ିଦେଇଥିବାରୁ ସାଧୁବାଦ ଜଣାଉଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri