୫-ଟି ସଚିବ ସମସ୍ୟା ବୁଝି ଛାଡ଼ି ଦେଇଥିବାରୁ ଧନ୍ୟବାଦ: ଭାସ୍କର

କଣାସ,୨୧ା୮(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ (ୟୁଜିଏସ୍‌ଏମ୍‌) ଖେଳ ପଡ଼ିଆରେ ଶନିବାର ଅନୁଷ୍ଠିତ ଏକ ସମାବେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଯୋଗଦେବାକୁ ଯାଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ଼ କରିଥିଲେ। କାଳିମାଡ଼ କରିଥିବା କଣାସ ବ୍ଲକ ଅନ୍ତର୍ଗତ ହରିପୁର ଗ୍ରାମର ଭାସ୍କର ଚନ୍ଦ୍ର ସାହୁଙ୍କୁ ପୋଲିସ ନିଜ ହେପାଜତକୁ ନେବା ସହିତ ପଚରାଉଚରା କରିଥିଲା। ପରେ ବ୍ୟକ୍ତିଗତ ମୁଚାଲିକାରେ ପୋଲିସ ଭାସ୍କରଙ୍କୁ ଛାଡ଼ିଦେଇଛି।
ଏ ସମ୍ପର୍କରେ ଭାସ୍କର କହିଛନ୍ତି, ଦୟା ନଦୀକୁ ଗଙ୍ଗୁଆ ନାଳ ମାଧ୍ୟମରେ ବିଷାକ୍ତ ଜଳକୁ ନ ଛାଡିବା ପାଇଁ ଭୁବନେଶ୍ୱର ମହାନିଗମ ଅଧିକାରୀ, ଡେଲାଙ୍ଗ ଓ କଣାସ ବ୍ଲକରେ ହୋଇଥିବା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ପୃଥକ ଭାବେ ଦାବିପତ୍ର ଦେଇଥିଲି। ଏପରିକି ସତ୍ୟବାଦୀ ବିଧାୟକଙ୍କୁ ମଧ୍ୟ ଦାବି ଜଣାଇଥିଲି। ସେହିପରି ଅଡାଲଠାରୁ ହରିପୁର ସରସ୍ବତୀ ନଗର ପର୍ଯ୍ୟନ୍ତ ଯାଇଥିବା ମକରା ନଦୀ ବନ୍ଧ ଜଳସେଚନ ବିଭାଗର ହୋଇଥିବାରୁ ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରି ରାସ୍ତା କାମ କରିବା ଓ ଜଳିଆପଡାଠାରେ ପ୍ରତିଷ୍ଠିତ ବିଦ୍ୟୁତ୍‌ ସବ୍‌ଷ୍ଟେଶନକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ବିଧାୟକ ଏବଂ ଜନଶୁଣାଣି ଶିବିରରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲି। ତେବେ ଏହା ଉପରେ କୌଣସି ପଦକ୍ଷେପ ନ ନିଆଯିବାରୁ ଅସନ୍ତୋଷ ପ୍ରକାଶ କରି ୫-ଟି ସଚିବଙ୍କ ଉପରକୁ କାଳିପକାଇଥିଲି। କୌଣସି ରାଜନୈତିକ ପ୍ରରୋଚନାରେ ଏହା କରିନାହିଁ। ୫-ଟି ସଚିବ ସମସ୍ୟା ବୁଝି ଛାଡ଼ିଦେଇଥିବାରୁ ସାଧୁବାଦ ଜଣାଉଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri