କରଦାତାଙ୍କୁ କୃତଜ୍ଞତା

ଭୁବନେଶ୍ୱର(ବ୍ୟୁରୋ)/କଟକ/ପୁରୀ ଅଫିସ, ୨୧।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିତ ହୋଇଛି। ଏହି ଅବସରରେ ଭୁବନେଶ୍ୱର ଆୟକର ବିଭାଗ କାର୍ଯ୍ୟାଳୟଠାରୁ ଏକ ସାଇକେଲ ରାଲିର ଆୟୋଜନ କରାଯାଇଥିଲା। ଆୟକର କମିଶନର ସରୋଜ ମହାପାତ୍ରଙ୍କ ଉପସ୍ଥିତିରେ ସକାଳ ସାଢ଼େ ୬ଟାରେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ ତିର୍କୀ ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଭୁବନେଶ୍ୱରରୁ ରାଲି ବାହାରି କଟକ ସେଲ୍‌ଟରଛକସ୍ଥିତ ଆୟକର କାର୍ଯ୍ୟାଳୟଠାରେ ସକାଳ ୮ଟାରେ ପହଞ୍ଚତ୍ଥିଲା। ଆୟକର ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ସମେତ ବିଭିନ୍ନ ସଙ୍ଗଠନର ୨୫୦ ସାଇକେଲ ଚାଳକ ରାଲିରେ ଯୋଗଦେଇଥିଲେ। ରାଲିରେ ଆସିଥିବା ସାଇକେଲ ଚାଳକଙ୍କୁ କଟକଠାରେ ପ୍ରମୁଖ ଆୟକର କମିଶନର ମନୋରଞ୍ଜନ ପାଣିଗ୍ରାହୀ ଓ ଜିଲାପାଳ ଭବାନୀ ଶଙ୍କର ଚଇନୀ ସ୍ବାଗତ କରିଥିଲେ। କଟକ ଆୟକର ଭବନର କର୍ମଚାରୀମାନେ ଏହି ରାଲିରେ ସାମିଲ ହୋଇ ଲୋକମାନଙ୍କ ମଧ୍ୟରେ ଦେଶାତ୍ମକ ଭାବ ଜାଗ୍ରତ କରିଥିଲେ। ସାଇକେଲ ଚାଳକଙ୍କୁ ଉତ୍ସାହିତ କରିବା ପାଇଁ ଜିଲାପାଳ ନିଜେ ସାଇକେଲ ଚଲାଇଥିଲେ। ପରେ ଏହି ରାଲି ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ କଟକ ଖାନ୍‌ନଗର- ଫୁଲନଖରା- ଉତ୍ତରାଛକ ଦେଇ ପୁରୀ ଅଭିମୁଖେ ଯାତ୍ରା କରିଥିଲା। ଅପରାହ୍ନ ୩ଟାରେ ଉକ୍ତ ରାଲି ପୁରୀ ପେଣ୍ଠକଟାସ୍ଥିତ ଆୟକର କାର୍ଯ୍ୟାଳୟଠାରେ ପହଞ୍ଚତ୍ଥିଲା। ସେଠାରେ ରାଲିକୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ସେଠାରୁ ରାଲି ବାହାରି ଭୁବନେଶ୍ୱରରେ ସନ୍ଧ୍ୟାରେ ପହଞ୍ଚତ୍ଥିଲା। ସାଇକେଲ ରାଲି ଗୋଟିଏ ମାତ୍ର କାର୍ଯ୍ୟକ୍ରମ। ଯେଉଁମାନେ ଠିକ୍‌ ସମୟରେ କର ପ୍ରଦାନ କରୁଛନ୍ତି, ସେମାନଙ୍କୁ ଏହି କାର୍ଯ୍ୟକ୍ରମ ଜରିଆରେ କୃତଜ୍ଞତା ଜ୍ଞାପନ କରାଯାଉଛି ବୋଲି ଆୟକର କମିଶନର ମହାପାତ୍ର କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଆୟକର କମିଶନରଙ୍କ ସମେତ ପୂର୍ବତନ କମିଶନର ଶରତ କୁମାର ଦାସ, ପ୍ରମୁଖ ଆୟକର କମିଶନର ଅସିତ ମହାପାତ୍ର, କଟକ ଆୟକର ବିଭାଗର ଯୁଗ୍ମ ଆୟକର କମିଶନର ଉମାକାନ୍ତ ଧ୍ରୁପତି, ଅତିରିକ୍ତ ଆୟକର କମିଶନର ବିଜୟ ଗୌତମ, ଜିତେନ୍ଦ୍ର କୁମାର ଲେଙ୍କା, ଅରୁଣ କୁମାର ମହାନ୍ତି, ଆୟକର ଅଧିକାରୀ ରଞ୍ଜନ ମହାନ୍ତି, ପି.କେ. ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri