Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଥରଙ୍ଗା

କଲମ୍ବୋ, ୨୪।୨(ପି.ଟି.)-ଶ୍ରୀଲଙ୍କାର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ତାଙ୍କ ୧୫ବର୍ଷ କ୍ୟାରିୟରରେ କିଛି ସମୟ ଦଳର ଅଧିନାୟକ ଦାୟିତ୍ୱ ତୁଲାଇଛନ୍ତି। ୩୬ବର୍ଷୀୟ ଥରଙ୍ଗା ହେଉଛନ୍ତି ଜଣେ ବାମହାତୀ ବ୍ୟାଟ୍ସମ୍ୟାନ। ଶ୍ରୀଲଙ୍କା ତରଫରୁ ସେ ୩୧ ଟେଷ୍ଟ ଖେଳି ୨୧.୮୯ ଆଭରେଜରେ ୧୭୫୪ ରନ କରିଛନ୍ତି। ସେ ୨୦୦୫ ଡିସେମ୍ବରରେ ଅହମ୍ମଦାବାଦରେ ଭାରତ ବିପକ୍ଷରେ ତାଙ୍କ ଟେଷ୍ଟ ପଦାର୍ପଣ କରିଥିଲେ। ପୁନଶ୍ଚ ସେ ସମାନ ଦଳ ବିପକ୍ଷରେ ତାଙ୍କ ଅନ୍ତିମ ଟେଷ୍ଟ ମ୍ୟାଚ ୨୦୧୭ରେ ପାଲିକେଲ୍‌ଠାରେ ଖେଳିଥିଲେ। ଥରଙ୍ଗା ଅନ୍ତର୍ଜାତୀୟ ଦିନିକିଆରେ ବିଶେଷ ସଫଳତା ହାସଲ କରିଛନ୍ତି। ୨୦୦୫ ଅଗଷ୍ଟରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କ ପଦାର୍ପଣ ମ୍ୟାଚ ଖେଳିଥିଲେ। ସେ ୨୩୫ ମ୍ୟାଚ ଖେଳି ୩୩.୭୪ ଆଭରେଜରେ ୬୯୫୧ ରନ ସଂଗ୍ରହ କରିଥିଲେ। ସେ ତାଙ୍କ ଅନ୍ତଜର୍ର୍ାତୀୟ ଦିନିକିଆ କ୍ୟାରିୟରରେ ୧୫ ଶତକ ଓ ୩୭ ଅର୍ଦ୍ଧଶତକ ହାସଲ କରିଛନ୍ତି। ଥରଙ୍ଗା ଆହୁରି ମଧ୍ୟ ଶ୍ରୀଲଙ୍କା ପାଇଁ ୨୬ ଅନ୍ତର୍ଜାତୀୟ ଟି୨୦ ଖେଳି ୪୦୭ରନ କରିଛନ୍ତି। ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ସ୍କୋର ୪୭ରନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri