Posted inଜାତୀୟ

‘ଭାରତ’ର ନୂଆ ଅର୍ଥ ବୁଝାଇଲେ ଥରୁର

ନୂଆଦିଲ୍ଲୀ,୭ା୯: ଦେଶର ନାମକୁ ନେଇ ରାଜନୈତିକ ବିବାଦ ମୁଣ୍ଡ ଟେକିଥିବାବେଳେ କଂଗ୍ରେସ ନେତା ଶଶୀ ଥରୁର ‘ଭାରତ’ର ନୂଆ ଫୁଲ୍‌ ଫର୍ମ ବାହାର କରିଛନ୍ତି। ଜି୨୦ ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ବିଦେଶୀ ନେତାମାନଙ୍କୁ ପଠାଯାଇଥିବା ନୈଶଭୋଜି ନିମନ୍ତ୍ରଣପତ୍ରରେ ‘ପ୍ରେସିଡେଣ୍ଟ ଅଫ୍‌ ଇଣ୍ଡିଆ’ ପରିବର୍ତ୍ତେ ‘ପ୍ରେସିଡେଣ୍ଟ ଅଫ୍‌ ଭାରତ’ ଉଲ୍ଲେଖ କରାଯାଇଛି। ଏହାକୁ ଇଣ୍ଡିଆନ୍‌ ନ୍ୟାଶନାଲ ଡେମୋକ୍ରାଟିକ୍‌ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ରେ ସାମିଲ ଥିବା ବିରୋଧୀ ନେତାମାନେ ତୀବ୍ର ସମାଲୋଚନା କରିଛନ୍ତି।

ଏନେଇ ଥିରୁଭାନନ୍ତପୁରମ୍‌ ଏମ୍‌ପି ଶଶୀ ଥରୁର ମଙ୍ଗଳବାର କହିଥିଲେ, ଇଣ୍ଡିଆକୁ ଭାରତ କହିବା ନେଇ କୌଣସି ସାମ୍ବିଧାନିକ ଆପତ୍ତି ନାହିଁ। ତେଣୁ ସରକାର ଏତେ ବୋକା ପାଲଟିଯିବେ ନାହିଁ ବୋଲି ଆଶା। ବିରୋଧୀ ମେଣ୍ଟର ନାମ ଇଣ୍ଡିଆ ରଖାଯାଇଥିବାରୁ ସରକାର ଏପରି ପରିବର୍ତ୍ତନ କରିଛନ୍ତି। ଏବେ ଯଦି ବିରୋଧୀ ନିଜ ମେଣ୍ଟର ନାମ ଭାରତ ରଖିବେ, ତା’ହେଲେ ସରକାର ପୁଣି କ’ଣ କରିବେ ବୋଲି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସମେତ ଅନେକ ଦଳ ପ୍ରଶ୍ନ କରିଛନ୍ତି।

ଏଭଳି ସମୟରେ ବୁଧବାର ଥରୁର ଏକ ପ୍ରସ୍ତାବ ଦେଇଛନ୍ତି। ତାହା ହେଲା, ବିରୋଧୀ ମେଣ୍ଟ ନିଜ ପରିଚୟ ଆଲାଏନ୍ସ ଫର୍‌ ବେଟରମେଣ୍ଟ, ହାର୍‌ମୋନି ଆଣ୍ଡ ରେସ୍‌ପନ୍ସିବଲ ଆଡ୍‌ଭାନ୍ସମେଣ୍ଟ ଫର୍‌ ଟୁମୋରୋ (ଭାରତ) ନାମରେ ଦେଉ। ଏପରି କଲେ ସମ୍ଭବତଃ ଶାସକ ଦଳ ନାମ ପରିବର୍ତ୍ତନର ନିର୍ବୋଧ ଖେଳ ବନ୍ଦ କରିଦେବ ବୋଲି ଥରୁର ମାଇକ୍ରୋବ୍ଲଗିଂ ସାଇଟ୍‌ ଏକ୍ସ’ରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?