କିଏ ସେହି ହରିଶ ଟଣ୍ଡନ, ଯିଏ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୭ା୩:କଲିକତା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ। ସୁପ୍ରିମକୋର୍ଟ କଲେଜିୟମ୍‌ ଗୁରୁବାର ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ପୂର୍ବରୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଗତ ଜାନୁଆରୀ ୧୯ରେ ଅବସର ନେଇଥିଲେ। ତାଙ୍କ ସ୍ଥାନରେ ଜଷ୍ଟିସ୍‌ ଅରିନ୍ଦମ୍‌ ସିହ୍ନା ବର୍ତ୍ତମାନ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳୁଛନ୍ତି।
ଜଷ୍ଟିସ୍‌ ଟଣ୍ଡନ ୨୦୧୦ ଏପ୍ରିଲ ୧୩ରେ କଲିକତା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇ ସେବେଠୁ ଏହି ଦାୟିତ୍ୱ ସମ୍ପାଦନ କରିଆସୁଛନ୍ତି। ସର୍ବଭାରତୀୟ ସ୍ତରରେ ବରିଷ୍ଠତା ଭିତ୍ତିରେ ହାଇକୋର୍ଟ ବିଚାରପତିମାନଙ୍କ ମଧ୍ୟରେ ଜଷ୍ଟିସ୍‌ ଟଣ୍ଡନ ସପ୍ତମ ସ୍ଥାନରେ ରହିଛନ୍ତି। ବିଚାରପତି ଭାବେ ନିଯୁକ୍ତି ପୂର୍ବରୁ ସେ କଲିକତା ହାଇକୋର୍ଟରେ ଦଓ୍ବୋନି ମାମଲାଗୁଡ଼ିକରେ ଓକିଲାତି କରୁଥିଲେ। ବିଚାରପତି ଭାବେ ନ୍ୟାୟ ପ୍ରଦାନରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ସେ ହାଇକୋର୍ଟ ମୁଖ୍ୟ ବିଚାରପତି ହେବା ପାଇଁ ଯୋଗ୍ୟ ବୋଲି ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ କଲେଜିୟମ୍‌ ପକ୍ଷରୁ ଅପ୍‌ଲୋଡ୍‌ କରାଯାଇଥିବା ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri