ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଏକ କଙ୍ଗାରୁ ନିଜକୁ ଫିଟ୍ ରଖିବା ପାଇଁ ବ୍ୟାୟାମ କରୁଥିବା ଦେଖିବାକୁ ମିଳୁଛି।
ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Starching exercises keeps everyone fit💕 pic.twitter.com/EtY9hwqCPV
— Susanta Nanda IFS (@susantananda3) October 17, 2020