Posted inଜାତୀୟ

‘ଆପଣ ଏଇଥିପାଇଁ ସଂସଦ ଆସିଥିଲେ,’… ସାଗରିକା ଘୋଷଙ୍କ ଉପରେ ଗର୍ଜିଲେ ଧନକର

ନୂଆଦିଲ୍ଲୀ,୨୮।୬: ଶୁକ୍ରବାର ସଂସଦ ଅଧିବେଶନର ପଞ୍ଚମ ଦିନ। ପେପର ଲିକ ବିବାଦ ଉପରେ ଆଲୋଚନା ପାଇଁ କଂଗ୍ରେସ ଏମପି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ ସରକାରଙ୍କୁ ଟାର୍ଗେଟ କରିଥିଲେ। ଏହା ପରେ ଶୁକ୍ରବାର ନିଟ ପ୍ରସଙ୍ଗରେ ଉତ୍ତେଜନା ମଧ୍ୟରେ ସଂସଦର ଉଭୟ ଗୃହ ମଧ୍ୟାହ୍ନ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ନିଟ ପ୍ରସଙ୍ଗରେ ରାଜ୍ୟ ସଭାରେ ବିରୋଧୀ ବହୁ ହଟ୍ଟଗୋଳ ସୃଷ୍ଟି କରିଥିଲେ। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଗଲା । ଟିଏମସି ଏମପି ସାଗାରିକା ଘୋଷଙ୍କୁ ଦେଖିବା ପରେ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର କଡା ମନ୍ତବ୍ୟ ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ସଭାରେ ଅଧିବେଶନ ସମୟରେ ଏମପିମାନେ ନିଟ ଉପରେ ଆଲୋଚନା ପାଇଁ ଦାବି କରି ବେଲ ନିକଟରେ ପହଞ୍ଚି ଯାଇଥିଲେ। ଏମାନଙ୍କ ମଧ୍ୟରେ ସାଗାରିକା ଘୋଷ ସାମିଲ ଥିଲେ। ସାଗାରିକା ଘୋଷଙ୍କୁ ବେଲରେ ଦେଖିବା ପରେ ଚେୟାରମ୍ୟାନ ଜଗଦୀପ ଧନକର ରାଗି ଯାଇଥିଲେ। ଏହା ପରେ ସେ ପଚାରିଲେ, ଆପଣ ଏଥିପାଇଁ ସଂସଦକୁ ଆସିଛନ୍ତି କି। ତଥାପି, ଏହା ପରେ ମଧ୍ୟ, ନିଟ ଉପରେ ଗୃହରେ ଉତ୍ତେଜନା ଚାଲିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri