Posted inଜାତୀୟ

ଥାଓ୍ବରଚନ୍ଦ କର୍ନାଟକର ନୂଆ ରାଜ୍ୟପାଳ

ବେଙ୍ଗାଲୁରୁ,୬।୭: ମୋଦି କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଏହିକ୍ରମରେ କେନ୍ଦ୍ର ମନ୍ତ୍ରୀ ଥାଓ୍ବର ଚନ୍ଦ ଗେହଲଟ ମଧ୍ୟ ରହିଛନ୍ତି। ଥାଓ୍ବର ଚନ୍ଦ ଗେହଲଟଙ୍କୁ କର୍ନାଟକର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏନେଇ ମଙ୍ଗଳବାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୋଦି ସରକାରଙ୍କ ୨.୦ର ଏହା ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ। ତେବେ ସମ୍ପ୍ରସାରଣ ପୂର୍ବରୁ ରାଜସ୍ଥାନର ଦଳିତ ନେତା ତଥା କେନ୍ଦ୍ରର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଥାଓ୍ବର ଚନ୍ଦଙ୍କୁ କର୍ନାଟକର ରାଜ୍ୟପାଳ ଭାବେ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ସେହିପରି ହରି ବାବୁ କମ୍ଭମପତିଙ୍କୁ ମିଜୋରାମ ରାଜ୍ୟପାଳ, ମଙ୍ଗୁଭାଇ ଛଗନଭାଇ ପଟେଲଙ୍କୁ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏତଦ୍‌ ବ୍ୟତୀତ ରାଜେନ୍ଦ୍ରନ ବିଶ୍ୱନାଥ ଅର୍ଲେକରଙ୍କୁ ହିମାଚଳ ପ୍ରଦେଶ, ପିଏସ୍‌ ଶ୍ରୀଧରନ ପିଲ୍ଲାଇଙ୍କୁ ଗୋଆ, ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ତ୍ରିପୁରା ଓ ରମେଶ ବେସଙ୍କୁ ଝାଡ଼ଖଣ୍ଡ, ବନ୍ଦାରୁ ଦତ୍ତାତ୍ରେୟଙ୍କୁ ହରିଆଣାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri