୧୧ କେଭି ଲାଇନ୍‌ରୁ ଶିକାର ପାଇଁ ଟାଣିଥିଲେ ତାର, ଦୁଇ ଗିରଫ

କେନ୍ଦୁଝର/ବଡ଼ବିଲ,୩୧ା୧(ସ୍ବ.ପ୍ର.): କେନ୍ଦୁଝର ବନ ଡିଭିଜନ ବଡ଼ବିଲ ରେଞ୍ଜ ଅନ୍ତର୍ଗତ ବଳିତା ବିଟ୍‌ ଅଧିନସ୍ଥ ବିଲେଇପଦା ସେକ୍ସନରେ ଦୁଇଟି ବାରହା ଶିକାର ଅଭିଯୋଗରେ ଦୁଇ ଜଣ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତ ଦୟ ହେଲେ ରୁଗୁଡ଼ି ଥାନା, ରୋଇଡ଼ା କ୍ୟାମ୍ପ ହଟିଂ ଅଞ୍ଚଳର ସଲିମ ଓରାମ ଓ ଅନୀଲ ମୁଣ୍ଡା। ଉଭୟେ ପଶୁ ଶିକାର ପାଇଁ ୧୧ କେଭି ଲାଇନ୍‌ରୁ ଜଙ୍ଗଲରେ ତାର ଟାଣି ଥିଲେ ବୋଲି ଡିଏଫ୍‌ଓ ଧନରାଜ ଏଚ୍‌ଡି କହିଛନ୍ତି। ସେମାନଙ୍କ ଠାରୁ ତାର ଜବତ ହୋଇଛି।

ସୂଚନାଯୋଗ୍ୟ, ବିଦ୍ୟୁତ୍‌ ସଂଯୋଗ ଟ୍ରିପ ହେବା ନେଇ ଖବର ପହଞ୍ଚିବା ପରେ ବନ ବିଭାଗର ସନ୍ଦେହ ହୋଇଥିଲା। ତୁରନ୍ତ ବନାଞ୍ଚଳ ଅଧିକାରୀ ସଂଜୀବ ରାଉତଙ୍କ ନେତୃତ୍ୱରେ ଅନ୍ୟ ବନ କର୍ମଚାରୀ, ବଳିତା ଗ୍ରାମ ନିକଟ ଠାକୁରାଣୀ ସଂରକ୍ଷିତ ଜଙ୍ଗଲରେ ଚଢାଉ କରିଥିଲେ। ଘଟଣାସ୍ଥଳରୁ ଏକ ମୃତ ବାର୍‌ହାକୁ ବନ ବିଭାଗ ଉଦ୍ଧାର କରିଥିବା ବେଳେ, ଶିକାର ପାଇଁ ବ୍ୟବହୃତ ଲୁହା ତାର ଓ ଇନ୍‌ସୁଲେଟରକୁ ଜବତ କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ୨ ଅଭିଯୁକ୍ତ ଶିକାରୀଙ୍କୁ ଧରିବାରେ ବନ ବିଭାଗ ସକ୍ଷମ ହୋଇଥିବା ଜଣାପଡ଼ିଛି। ତେବେ ଏହି ଘଟଣାରେ ଅନ୍ୟ ଅଭିଯୁକ୍ତ ସଂପୃକ୍ତ ଥିବା ସନ୍ଦେହ କରି ଅଧିକ ତଦନ୍ତ ଜାରି ରଖିଛି ବନ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri