‘ଗୁରୁକୁଳ ଶିକ୍ଷାର ଏନ୍ତୁଡ଼ିଶାଳ ଥିଲା ବନ ବିଦ୍ୟାଳୟ’

ସାକ୍ଷୀଗୋପାଳ,୧୨।୮(କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ): ପୁରାତନ ବନ ବିଦ୍ୟାଳୟର ପରବର୍ତ୍ତୀ ଶିକ୍ଷାନୁଷ୍ଠାନ ସତ୍ୟବାଦୀ ଉଚ୍ଚବିଦ୍ୟାଳୟର ୧୧୬ ତମ ପ୍ରତିଷ୍ଠା ଦିବସ ବିଦ୍ୟାଳୟୁ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଓ ସତୀର୍ଥମାନଙ୍କ ପ୍ରତିମୂର୍ତ୍ତି ଓ ଗୋପନ୍ଧୁଙ୍କ ଶେଷନିଶ୍ବାସ ତ୍ୟାଗ ସ୍ଥଳରେ ମାଲ୍ୟାର୍ପଣ କରି ଅତିଥିମାନେ ପ୍ରଥମେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ତତ୍କାଳୀନ ଓଡିଶାରେ ଶିକ୍ଷା ହିଁ ବିକାଶର ମୂଳମନ୍ତ୍ର ବୋଲି ଚିନ୍ତାକରି ସାକ୍ଷୀଗୋପାଳ ମନ୍ଦିର ପଶ୍ଚାତ ଭାଗରେ ଗଢି ଉଠିଥିବା ବନବିଦ୍ୟାଳୟ ପରାଧିନ ଭାରତରେ ଗୁରୁକୂଳ ଶିକ୍ଷାର ଏନ୍ତୁଡିଶାଳ ସାଜିଥିଲା ବୋଲି ମୁଖ୍ୟ ଅତିଥି ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ କର ମତ୍ୟକ୍ତ କରିଥିଲେ। ବନବିଦ୍ୟାଳୟ ଛାତ୍ରମାନଙ୍କୁ ଶିକ୍ଷା, ସଂସ୍କାର ସହିତ ଭଲମଣିଷ ଭାବରେ ତିଆରି କରାଯାଉଥିଲା ବୋଲି ମୁଖ୍ୟ ବକ୍ତା ଭାବରେ ଶିକ୍ଷାବିତ ପ୍ରଭାତ କୁମାର ରଥ କହିଥିଲେ। ସମ୍ମାନିତ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ଲକ୍ଷ୍ମୀଧର ମିଶ୍ର, ଅବସରପ୍ରାପ୍ତ ଶିକ୍ଷକ ବନମାଳୀ ବେହେରା, ବିଜୟ କୁମାର ପରିଡ଼ା, ସତ୍ୟବାଦୀ ଦାସ ଓ ପରିଚାଳନା କମିଟି ସଭାପତି ଚକ୍ରଧର ମହାରଣା ପ୍ରମୁଖ ଯୋଗ ଦେଇ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିଷ୍ଠିତ ଏହି ବିଦ୍ୟାଳୟର ଅତୀତ ସ୍ମୃତି ଚାରଣ କରିବା ସଙ୍ଗେ ସଙ୍ଗେ ଶ୍ରେଣୀ କକ୍ଷ ଓ ଐତିହ୍ୟ ସ୍ମାରକୀପୀଠର ଜରାଜୀର୍ଣ୍ଣ ଅବସ୍ଥା ନେଇ କ୍ଷୋଭ ପ୍ରକାଶ କରିଥଲେ। ପ୍ରଧାନ ଶିକ୍ଷୟିତ୍ରୀ ଅମିତା ସେନାପତି ସଭାପତିତ୍ୱ କରିଥିଲେ। ବାର୍ଷିକ କ୍ରୀଡା ପ୍ରତିଯୋଗୀତା ରେ କୃତି ଛାତ୍ରୀଛାତ୍ର ମନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା। ପ୍ରମ୍ଭିକ ସୂଚନା ଓ ସୱାଗତ ଭାଷଣ ଶିକ୍ଷୟତ୍ରୀ ପ୍ରତୀକ୍ଷା ମିଶ୍ର ଓ ବୈଜୟନ୍ତୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri