Categories: ଜାତୀୟ

ଆଜି ଚାଷୀଙ୍କ ଖାତାକୁ ଯିବ ୧୧ତମ କିସ୍ତି

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ହିମାଚଳ ପ୍ରଦେଶର ସିମଲାଠାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀକୁ ସମ୍ବୋଧନ କରିବେ । ଏହା ସହ କିଷାନ ସମ୍ମାନ ନିଧି ଯୋଜନାର ୧୧ତମ କିସ୍ତି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ୍‌ ଖାତାକୁ ସ୍ଥାନାନ୍ତର କରିବେ। ଏହି କିସ୍ତି ବାବଦ ମୋଟ୍‌ ୨୧ ହଜାର କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଭାଗରୁ ପ୍ରାୟ ୧୭ ଲକ୍ଷ ଲୋକ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେବେ ବୋଲି ଜଣାପଡିଛି । କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ମଧ୍ୟ ଭିଡିଓ କନ୍‌ଫରେନ୍ସିଂ ଯୋଗେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ।

Share