୧୧ରେ ଡ୍ରିମ୍‌ସର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୮।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକ ନିକଟସ୍ଥ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ୨୦୨୫ ଜାନୁୟାରୀ ୧୧ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱବିଦ୍ୟାଳୟ ସହ ଅଧ୍ୟକ୍ଷ ଇଂ. ଦୁର୍ଗାପ୍ରସାଦ ରଥ, ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ନିର୍ଦ୍ଦେଶକ ପ୍ରଦୀପ୍ତ ଚନ୍ଦ୍ର ରଥ, ନିର୍ଦ୍ଦେଶିକା (ସମନ୍ବୟ) ଚିନ୍ମୟୀ ରଥ, ବୋର୍ଡ ଅଫ୍‌ ଗଭର୍ନର ସଦସ୍ୟ ବିଧାୟକ ଛବି ମଲ୍ଲିକ, ପ୍ରଫୁଲ୍ଲ କୁମାର ଷଡ଼ଙ୍ଗୀ, ପ୍ରଫେସର ଡା. ଶକ୍ତି ପ୍ରସାଦ ଦାସ, ଇଂ. ଡ. ପ୍ରଭାକର ସ୍ବାଇଁ, ପ୍ରଫେସର ଡ. ବିଜୟାନନ୍ଦ ସିଂ, ଇଂ. ଅଶୋକ କୁମାର ବାସାଙ୍କ ସମେତ ବୋର୍ଡ ଅଫ୍‌ ମ୍ୟାନେଜମେଣ୍ଟ ଏବଂ ଏକାଡେମିକ୍‌ କାଉନ୍‌ସିଲର ସମସ୍ତ ସଦସ୍ୟ ମଧ୍ୟ ଯୋଗ ଦେବେ।
  ଏହି ଅବସରରେ ସମାଜ ଓ ରାଷ୍ଟ୍ର ନିର୍ମାଣରେ ଉତ୍ସର୍ଗୀକୃତ ଜୀବନବ୍ୟାପୀ ସାଧନା ନିମନ୍ତେ ବିଶିଷ୍ଟ ଗାନ୍ଧିବାଦୀ ତଥା ସମାଜସେବୀ କୃଷ୍ଣା ମହାନ୍ତିଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ସମ୍ମାନସୂଚକ ଡକ୍ଟରେଟ୍‌’ ଉପାଧି ପ୍ରଦାନ କରାଯିବ। ଏଥିସହିତ ବିଭିନ୍ନ ବିଭାଗରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ଓ ସର୍ବୋଚ୍ଚ ନମ୍ବର ରଖିଥିବା ଶିକ୍ଷାର୍ଥୀଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବ।
ସୂଚନାଯୋଗ୍ୟ, ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ବିୟୋଗରେ ରାଷ୍ଟ୍ରୀୟ ଶୋକ ପାଳନ ଯୋଗୁ ଡିସେମ୍ବର ୨୭ରେ ଅନୁଷ୍ଠିତ ହେବାକୁ ଥିବା ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ସ୍ଥଗିତ ରହିଥିବା ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ପ୍ରେସ୍‌ ଇସ୍ତାହାରରେ ସୂଚନା ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri