କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଜନହିତରେ ଶୁଦ୍ଧ ପିଇବାପାଣିର ବ୍ୟବସ୍ଥା ସହ ଗୋଷ୍ଠୀ ଶୌଚାଳୟ, ବିଶ୍ରାମଗାର ଆଦି ବ୍ୟବସ୍ଥା କରାଯାଉଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ଜନହିତ ପାଇଁ ଉଭୟ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସହାଭାଗିତାରେ ୩ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇ ଗୋଷ୍ଠୀ ଶୌଚାଳୟ କରାଯାଇଥିଲା। ତେବେ ଏହା ଲୋକଙ୍କ ହିତ ପାଇଁ କୌଣସି ସୁବିଧା ସ୍ଥାନରେ ନିର୍ମାଣ କରାଯିବା ବଦଳରେ ତାକୁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ନିର୍ମାଣ କରାଯାଇଛି। ଯାହାକି ଲୋକଙ୍କ କାର୍ଯ୍ୟରେ ଆସିବା ସମ୍ଭବ ନୁହଁ ବୋଲି ଅଭିଯୋଗ ହେଉଛି। ସେହିପରି ଏହାର ଅର୍ଥକୁ ତୋଷାରପାତ କରାଯାଇଥିବା ସନ୍ଦେହ ଉପୁଜୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

ପ୍ରକାଶ ଯେ, ଉକ୍ତ ଶୌଚାଳୟ ନିର୍ମାଣ ପାଇଁ ପଞ୍ଚାୟତ ସମିତି ୨ ଲକ୍ଷ ୧୦ ଏବଂ ପଞ୍ଚାୟତ ୯୦ ହଜାର ଅର୍ଥ ବ୍ୟାୟବରାଦ କରିବାକୁ ରହିଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଭାତ ପ୍ରଧାନ କହିଛନ୍ତି। ସେ ଏଠାରେ ନିଯୁକ୍ତି ପାଇବା ପୂର୍ବରୁ ଉକ୍ତ କାର୍ଯ୍ୟ କରାଯାଇଥିବା ବେଳେ ତାହା ଆହୁରି ସମ୍ପୂର୍ଣ୍ଣ ହୋଇ ନ ଥିବା ଓ ତତ୍କାଳ ଗ୍ରାମ ରୋଜଗାର ସେବକ ଉକ୍ତ କାର୍ଯ୍ୟ କରିଥିବା ସେ କହିଛନ୍ତି। ତେବେ କାହା ସ୍ବାର୍ଥରେ ଉକ୍ତ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଥିଲା। ତାକୁ କାହିଁକି ସମ୍ପୂର୍ଣ୍ଣ କରି ଲୋକାର୍ପଣ କରାଯାଉନାହିଁ ସେନେଇ ତଦନ୍ତ ପାଇଁ ଦାବି ହେଉଛି। ଉକ୍ତ ଗୋଷ୍ଠୀ ଶୌଚାଳୟ ଲୋକାର୍ପଣ କରାଗଲେ ଦିବ୍ୟାଙ୍ଗ, ମହିଳା ଓ ପୁରୁଷ ସମସ୍ତଙ୍କ ପାଇଁ ଏହା ସୁବିଧା ହୋଇପାରିବ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri