ମରାମତିରେ ଚାଲିଛି ୧୩୩ ବର୍ଷର ପୁରୁଣା ବିଦ୍ୟାଳୟ

ରାଇକିଆ,୨୧ା୧୨(ଡି.ଏନ୍‌.ଏ.): ଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଶିକ୍ଷାଦାନଠାରୁ ଆରମ୍ଭ କରି ଭିତ୍ତି ଭୂମି ପର୍ଯ୍ୟନ୍ତ ଯଥା ସମ୍ଭବ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ବିଦ୍ୟାଳୟ ଭଳି ଯୋଜନା ହାତକୁ ନେଇ ଅତ୍ୟାଧୁନିକ ବୈଷୟିକ ଶିକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଉଛି। ତଥାପି ଅନେକ ବିଦ୍ୟାଳୟ ରହିଛି ମୌଳିକ ସୁବିଧା ମଧ୍ୟ ଉପଲବ୍ଧ ହୋଇ ପାରୁନାହିଁ। ରାଇକିଆ ସହରରେ ବିଇଓଙ୍କ କାର୍ଯ୍ୟାଳୟ ନିକଟ ମୁଖ୍ୟ ରାସ୍ତାକଡ଼ରେ ଥିବା ପୁରାତନ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ଭୂମି ଜରାଜୀର୍ଣ୍ଣ ଆଡ଼କୁ ଗତି କରୁଛି। ୧୩୩ ବର୍ଷ ପୁରୁଣା ଏହି ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ବହୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କର ପ୍ରାଥମିକ ଶିକ୍ଷାର ଅନ୍ତୁଡ଼ିଶାଳ ସାଜିଥିବା ବେଳେ ଆଜି ତାର ସ୍ଥିତିକୁ ନେଇ ସଂଘର୍ଷ କରୁଛି। ପ୍ରଥମରୁ ଅଷ୍ଟମ ପର୍ୟ୍ୟନ୍ତ ମାତ୍ର ୧୧୫ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସହର ମଧ୍ୟରେ ଥିବା ଏହି ବିଦ୍ୟାଳୟର ଏଭଳି ଅବସ୍ଥା ଯୋଗୁ ସାଧାରଣ ସୁବିଧା ଯୋଗାଇବାରେ ଘରୋଇ ବିଦ୍ୟାଳୟଠାରୁ ଢେର ପଛରେ ରହୁଛି। ଯାହା ଅଭିଭାବକ ମହଲରେ ନିରାଶ କରୁଛି। ସେଥିପାଇଁ ପୁରୁଣା ଭଙ୍ଗାରୁଜା ଅବସ୍ଥାରେ ଥିବା ପାଞ୍ଚୋଟି ଆଜବେଷ୍ଟସ୍‌ ଶ୍ରେଣୀଗୃହକୁ ବ୍ୟବହାର କରାଯାଉଥିବା ବେଳେ ଆଉ ଦୁଇଟି ପକ୍କା ଘରେ ଶିକ୍ଷାଦାନ କରାଯାଉଛି। ବର୍ଷାଦିନେ ପାଣି ଗଳୁ ଥିବାରୁ କେବଳ ମରାମତିରେ ହିଁ ଚାଲିଛି। ସ୍ଥାୟୀ ବିଲ୍‌ ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ । ବିଦ୍ୟାଳୟର ଏଭଳି ଶୋଚନୀୟ ଅବସ୍ଥା ଯୋଗୁ ଛାତ୍ରୀଛାତ୍ର ନାମ ଲେଖିବାକୁ ଆଗ୍ରହ ଦେଖାଉନାହାନ୍ତି। ପ୍ରତ୍ୟେକ ବର୍ଷ ସଂଖ୍ୟା କମିବାରେ ଲାଗିଛି। ଏ ନେଇ ରାଇକିଆ ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ୱର ମାଝି କହିଛନ୍ତି, ବିଦ୍ୟାଳୟ ମରାମତି, ନୂତନ କୋଠା ନିର୍ମାଣ ପଞ୍ଚାୟତିରାଜ ବିଭାଗ ଦାୟିତ୍ୱରେ ଥିବାରୁ ବିଦ୍ୟାଳୟର ଏଭଳି ସମସ୍ୟା ସମ୍ପର୍କରେ ବିଇଓଙ୍କ କାର୍ଯ୍ୟାଳୟରେ କୌଣସି ସୂଚନା ନ ଥିବା କହିଛନ୍ତି। ଅନ୍ୟପକ୍ଷରେ ରାଇକିଆ ୧୭ ନଂ ଜିଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର କହିଛନ୍ତି ଏହା ରାଇକିଆର ଏକ ପୁରାତନ ବିଦ୍ୟାଳୟ। ଏଭଳି ଶିକ୍ଷାନୁଷ୍ଠାନକୁ ଅଣଦେଖା କରାଯିବା ଦୁର୍ଭାଗ୍ୟଜନକ। ଏ ନେଇ ସେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri