ଶୋଇବା ଘରେ ୧୪ ଫୁଟ୍‌ର ଅହିରାଜ

ବାଙ୍ଗିରିପୋଷି,୨୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଧ୍ୟାପକ ଅଶୋକ କୁମାର ମହାପାତ୍ରଙ୍କ ଶୋଇବା ଘରୁ ୧୪ ଫୁଟ ଲମ୍ବ ଏକ ଅହିରାଜ ସାପ ଉଦ୍ଧାର ହୋଇଛି। ସ୍ନେକ୍‌ ହେଲ୍ପ ଲାଇନ୍‌ ଟିମ୍‌ ସଦସ୍ୟଙ୍କ ସହଯୋଗରେ ବନ କର୍ମଚାରୀମାନେ ଏହାକୁ ଉଦ୍ଧାର କରି ଶିମିଳିପାଳର ବିଦୁଭଣ୍ଡାର ଜଙ୍ଗଲରେ ଛାଡ଼ି ଦେଇଛନ୍ତି। ଅଧ୍ୟାପକ ମହାପାତ୍ରଙ୍କ ମା’ ସୋମବାର ଭୋର ସମୟରେ ବାଡ଼ିପଟ କବାଟ ଖୋଲିବା ସମୟରେ ହଠାତ ସାପଟି ତାଙ୍କ ଶୋଇବା ଘର ଭିତରକୁ ପଶି ଯାଇଥିଲା। ଖବରପାଇ ସ୍ଥାନୀୟ ରେଞ୍ଜର ଅଜୟ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ବନ କର୍ମଚାରୀ ରଜତ କୁମାର ମହାନ୍ତ,ବିକାଶ ନାଏକ ଓ ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ କୃଷ୍ଣଚନ୍ଦ୍ର ଗୋଚ୍ଛାୟତ ଏବଂ ତାଙ୍କ ସାଥି ସେଠାରେ ପହଞ୍ଚି କୌଶଳକ୍ରମେ ଅହିରାଜକୁ ଧରିଥିଲେ। ଖାଦ୍ୟ ଅନ୍ବେଷଣରେ ସାପଟି ପାଖ ଜଙ୍ଗଲରୁ ବାହାରି ଆସିଥିବା ରେଞ୍ଜର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri