୧୫ ବର୍ଷ ପୁରୁଣା ଯାନକୁ ମିଳିବ ୪ ମାସିଆ ପର୍‌ମିଟ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ୨୦୨୩ ଏପ୍ରିଲ ପହିଲାରୁ ୧୫ ବର୍ଷ ପୂରଣ କରିଥିବା ବ୍ୟବସାୟିକ ବଡ଼ ଯାନବାହନକୁ ଆଉ ନବୀକରଣ ପାଇଁ ଅନୁମତି ମିଳିବ ନାହିଁ। ସେହି ଯାନଗୁଡ଼ିକୁ ୪ ମାସ ପାଇଁ ଅସ୍ଥାୟୀ ଅନୁମତି( ଟେମ୍ପରାରି ପର୍‌ମିଟ) ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୋଟର ଯାନ ଆଇନର ସେକ୍ସନ ୮୭ର ସବ୍‌ସେକ୍ସନ (୧) ଅନୁଯାୟୀ ଏହି ପର୍‌ମିଟ ଦିଆଯିବ। ଏ ନେଇ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଏବଂ ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଲେଖାଯାଇଛି। ପୂର୍ବରୁ ପରିବହନ କର୍ତ୍ତୃପକ୍ଷ ବସ୍‌ ଓ ଅନ୍ୟାନ୍ୟ ଭାରିଯାନଗୁଡ଼ିକୁ ୫ ବର୍ଷିଆ ପର୍‌ମିଟ ଦେଉଥିଲେ। ବସ ମାଲିକମାନଙ୍କର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏଠାରେ ସୂଚନାଯୋଗ୍ୟ ୨୦୨୧ ଅଗଷ୍ଟ ମାସରେ କେନ୍ଦ୍ର ସରକାର ଜାତୀୟ ଅଟୋମୋବାଇଲ ସ୍କାରପେଜ ପଲିସି ଆରମ୍ଭ କରିଛନ୍ତି। ଆସନ୍ତା ୨୦୨୩ ଏପ୍ରିଲ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏଥିରେ ୧୫ ବର୍ଷ ଗାଡ଼ିଗୁଡ଼ିକର ଫିଟ୍‌ନେସ ଯାଞ୍ଚକୁ ବାଧ୍ୟତାମୂଳକ କରାଯାଇଛି। ସେହିପରି ୨୦୨୪ ଜୁନ ମାସରୁ ଅନ୍ୟାନ୍ୟ ୧୫ ବର୍ଷିଆ ଯାନବାହନଗୁଡ଼ିକର ଫିଟ୍‌ନେସ ପରୀକ୍ଷା ବାଧ୍ୟତାମୂଳକ କରାଯିବ। ସହରାଞ୍ଚଳରୁ ଯାନବାହନଜନିତ ପ୍ରଦୂଷଣ ହ୍ରାସ କରିବାକୁ ଏହି ନୀତି କାର୍ଯ୍ୟକାରୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri