ତାରାତାରିଣୀ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ

ପୁରୁଷୋତ୍ତମପୁର,୧୮ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ପୀଠରେ ପାର୍ବଣ ପୂଜା ଶନିବାର ରାତି ପବିତ୍ର ମୂଳାଷ୍ଟମୀଠାରୁ ଆରମ୍ଭ ହୋଇଛି। ଏହା ଦୀର୍ଘ ୧୬ଦିନ ଧରି ଚାଲି ଦଶହରାରେ ସମାପନ ହେବ। ଭାଦ୍ରବ ମାସ ଶୁକ୍ଳ ଅଷ୍ଟମୀରେ ମା’ ସୁଖ ଶୟନ କକ୍ଷକୁ ଯାଇଥିଲେ। ପବିତ୍ର ମୂଳାଷ୍ଟମୀରେ କଡ଼ଲେଉଟି ଉଠିଛନ୍ତି। ମା’ ଉଠିବା ପରେ ତାଙ୍କର ପ୍ରତିମାକୁ ସ୍ନାନ ବେଦୀକୁ ଅଣାଯାଇଥିଲା। ମା’ଙ୍କ ସ୍ନାନ ନିମନ୍ତେ ପବିତ୍ର ଋଷକୂଲ୍ୟାରେ ପୂଜାର୍ଚ୍ଚନା କରି ସେବାୟତ ବୋହୂମାନେ ଆଣିଥିବା ବିଶୁଦ୍ଧ ଜଳରେ ସ୍ନାନ କରାଇ ପୁଣି ଗର୍ଭଗୃହକୁ ନିଆଯାଇ ସଙ୍କଟ ତାରିଣୀ ସହ ମହାସ୍ନାନ କରାଯାଇଥିଲା। ମା’ଙ୍କ ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶ ସର୍ମା ପରମ୍ପରା ଅନୁସାରେ ସମସ୍ତ ପୂଜାର୍ଚ୍ଚନା କରି ରାତ୍ରରୁ ଚଣ୍ଡୀପାଠ ଓ ପୂଜା ଆରମ୍ଭ କରିଛନ୍ତି। ଏଥିରେ କର୍ତ୍ତା ଭାବେ ସେବାୟତ ସଂଘ ସଭାପତି ତପନ କୁମାର ରଣା ରହିଥିବା ବେଳେ ସେବାୟତ ବାପୁଜୀ ରଣା, ଧ୍ରୁବରଣାଙ୍କ ସମେତ ସମସ୍ତ ସେବାୟତ ପୂଜା କାର୍ଯ୍ୟରେ ଲାଗିଛନ୍ତି। ଏହି ଷୋହଳ ଦିନକୁ ଦୁଇଥର ଚଣ୍ଡୀପାଠ ହେବ। ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଆସି ମା’ଙ୍କ ଦର୍ଶନ କରିବା ସହ ଆଇନଶୃଙ୍ଖଳା ବ୍ୟବସ୍ଥାର ତଦାରଖ କରିଛନ୍ତି। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡିଙ୍କ ସହ ପୁରୁଷୋତ୍ତମପୁର ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ସ୍ମୃତିଶୁଭଦର୍ଶନ ସାହୁ, ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପୀୟୁଷ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri