ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍‌

ଭୁବନେଶ୍ୱର,୫।୭: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବା ବେଳେ ଜୁଲାଇ ୨୫ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ତେବେ ରାଜ୍ୟରେ ନୂଆ ମୋହନ ମାଝୀ ସରକାରଙ୍କର ଏହା ପ୍ରଥମ ବିଧାନସଭା ଅଧିବେଶନ ହେବ ବୋଲି ଜଣାପଡ଼ିଛି ।

ଶୁକ୍ରବାର ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ, ଜୁଲାଇ ୨୨ରେ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ । ଏହାପରେ ୨୩ରେ ଉପବାଚସ୍ପତି ନିର୍ବାଚନ ଘୋଷଣା ଓ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ ୨ଦିନ ଧରି ଆଲୋଚନା ହେବ । ୨୪ତାରିଖରେ ଉପବାଚସ୍ପତି ନିର୍ବାଚନ ଶେଷ ହେବ । ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଅର୍ଥମନ୍ତ୍ରୀ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥାପିତ କରିବାର କାର୍ଯ୍ୟକ୍ରମ ରହିଛି।

ସେହିଭଳି ଜୁଲାଇ ୨୯ରୁ ୩୧ତାରିଖ ପର୍ଯ୍ୟନ୍ତ ବଜେଟ ଉପରେ ସାଧାରଣ ଆଲୋଚନା ହେବ। ଅଗଷ୍ଟ ପହିଲାରୁ ୧୯ତାରିଖ ପର୍ଯ୍ୟନ୍ତ ବିଧାନସଭା ଅଧିବେଶନ ବନ୍ଦ ରହିବ । ଦ୍ୱିତୀୟ ପର୍ଯ୍ୟାୟରେ ବିଧାନସଭାର ଅଧିବେଶନ ଅଗଷ୍ଟ ୨୦ରୁ ଆରମ୍ଭ ହୋଇ ବିଭାଗୀୟ ବଜେଟ ଅନୁଦାନ ଉପରେ ଆଲୋଚନା ହେବ । ସେପ୍ଟେମ୍ବର ୧୦ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ବ୍ୟୟମଞ୍ଜୁରୀ ବିଲ୍‌ ଉପସ୍ଥାପିତ ହେବ । ସେପ୍ଟେମ୍ବର ୧୨ ଓ ୧୩ତାରିଖରେ ପ୍ରାଇଭେଟ ମେମ୍ବର୍ସ ବିଲ ପାଇଁ ଉଦ୍ଦିଷ୍ଟ ରହିଛି । ଏହି ଅଧିବେଶନ ମୋଟ ୨୭ଟି ଦିନ ବସିବାର ଧାର୍ଯ୍ୟ ହୋଇଛି ।

କହିରଖୁଛୁ ରାଜ୍ୟରେ ପ୍ରଥମ ଭାଜପା ସରକାରର ଏହା ପ୍ରଥମ ବଜେଟ ଅଧିବେଶନ ହେବ । ଏଣୁ ନୂଆ ସରକାର ନିଜର ପ୍ରଥମ ବଜେଟରେ କେଉଁସବୁ ପ୍ରସଙ୍ଗକୁ ସ୍ଥାନିତ କରୁଛନ୍ତି ତାହା ଉପରେ ରାଜ୍ୟବାସୀଙ୍କ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri