ସରିଲା ୨ଦିନିଆ ଫ୍ୟାଶନିଷ୍ଟା ପ୍ରଦର୍ଶନୀ

ଭୁବନେଶ୍ୱର,୨୫।୯: କ୍ରମାଗତ ୨ ଦିନ ଧରି ସ୍ଥାନୀୟ ଜୟଦେବ ବିହାରସ୍ଥିତ ହୋଟେଲ ପାଲ୍‌ ହାଇଟ୍‌ସଠାରେ ଆୟୋଜିତ ‘ଫ୍ୟାଶନିଷ୍ଟା’ ପ୍ରଦର୍ଶନୀ ଶନିବାର ଉଦ୍‌ଯାପିତ ହୋଇଯାଇଛି। ବିଶେଷ କରି ସେପ୍ଟେମ୍ବର ୨୩ ଓ ୨୪ ତାରିଖ ଉକ୍ତ ପ୍ରଦର୍ଶନୀ ସହରବାସୀଙ୍କ ପାଇଁ ଉପଲବ୍ଧ ରହିଥିଲା। ଏପରିକି ପାର୍ବଣ ଉପଲକ୍ଷେ ଏଭଳି ଏକ ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଥିବା ବେଳେ ଉଭୟ କ୍ରେତା ଓ ବିକ୍ରେତାଙ୍କ ମଧ୍ୟରେ ସମ୍ପର୍କ ବୃଦ୍ଧି ସାଙ୍ଗକୁ ଭଲ ବ୍ୟବସାୟ ହୋଇଥିବା ପ୍ରଦଶନୀ ସଂସ୍ଥାର ମୁଖ୍ୟ ଅଭିନେତା ପୱନ ଶଙ୍କର ମତବ୍ୟକ୍ତ କରିଛନ୍ତି। ସେହିଭଳି ଉକ୍ତ ପ୍ରଦର୍ଶନୀରେ ମୁମ୍ବାଇ, ଦିଲ୍ଲୀ, କୋଲକାତା, ଜୟପୁର, ହିମାଚଳ, ଲକ୍ଷ୍ନୌ, ଭୋପାଳ, ବେଙ୍ଗାଲୁରୁ, ରାୟପୁର, ସୁରଟ ଏବଂ ଭୁବନେଶ୍ୱର ଭଳି ପ୍ରମୁଖ ସହରରୁ ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ୍‌ ବ୍ରାଣ୍ଡ୍‌ର ଡିଜାଇନରମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ବିଭିନ୍ନ ବର୍ଗର ସାମଗ୍ରୀ ଉକ୍ତ ସ୍ବତନ୍ତ୍ର ପ୍ରଦର୍ଶନୀରେ ସାମିଲ ହୋଇଥିଲା। ଏଠାରେ ପୋଷାକ, ଅଳଙ୍କାର, ଆସେସୋରି, ବିୟୁଟି ପ୍ରଡକ୍ଟ, କସ୍‌ମେଟିକ୍ସ, ଫ୍ରାଗ୍ରାନ୍ସ, ମେନ୍‌ସୱେୟାର, ହୋମ୍‌ ଡେକୋର୍‌, ଗିଫ୍ଟ, ମେନ୍‌ସ ୱେୟାର ଆଦି ପ୍ରଦର୍ଶନୀ ସହ ବିକୟ ପାଇଁ ଉପଲବ୍ଧ। ୨୦୦୮ରୁ ଫ୍ୟାଶନପ୍ରେମୀଙ୍କୁ ସେବା ପ୍ରଦାନ କରୁଥିବା ଫ୍ୟାଶନିଷ୍ଟା ବର୍ତ୍ତମାନ ସୁଦ୍ଧା ୪୦ଟି ଭାରତୀୟ ସହରରେ ୩୬୦ରୁ ଅଧିକ ପ୍ରଦର୍ଶନୀ କରିସାରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?