୨ ଫୁଟ ଉଠିଲା ୨ ମହଲା କୋଠା

କେନ୍ଦୁଝର,୨୧ା୧: ଅତ୍ୟାଧୁନିକ ଜ୍ଞାନ କୌଶଳରେ ଏକ ଦୁଇ ମହଲା କୋଠାଘରକୁ ୨ଫୁଟ ଉପରକୁ ଉଠାଯିବା ଘଟଣା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି। ବିହାର ଅଞ୍ଚଳର ପପୁ ଯାଦବ ଏବଂ ତାଙ୍କ ସାଥୀଙ୍କ ସହଯୋଗରେ ଜେକ ଲଗାଇ ଏହି ଘରକୁ ଉଠାଯାଇଛି। ଏହା ୪ଫୁଟ ଉପରକୁ ଉଠାଯିିବ ବୋଲି ରାଜମିସ୍ତ୍ରୀ ଏବଂ ଘର ମାଲିକ କହିଛନ୍ତି।
ପୂର୍ବରୁ ଭୁବନେଶ୍ବର ସହରରେ ଦବି ଯାଇଥିବା ଏକ ଘରକୁ ଏହି ପ୍ରକ୍ରିୟାରେ ଉପରକୁ ଉଠାଯାଇଥିତ୍ବା ବେଳେ କେନ୍ଦୁଝରରେ ଏହା ପ୍ରଥମ ଘଟଣା ହୋଇଥିବାରୁ ଦେଖଣାହାରୀଙ୍କ ଭିଡ଼ ଜମିଥିଲା।
କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ୯ନଂ. ୱାର୍ଡ଼ ସ୍ପଞ୍ଜ କଲୋନୀର ଜଣେ ବ୍ୟକ୍ତି ଜାଗାକିଣି ୨ ମହଲା ଛାତ ଘର କରି ରହି ଆସୁଥିଲେ। ତେବେ ସେଠାରେ ଡ୍ରେନର ସୁବିଧା ନ ଥିବାରୁ ସାମାନ୍ୟ ବର୍ଷାରେ ପାଣି ନିଷ୍କାସନ ହୋଇ ନ ପାରି ଘର ଭିତ଼ରେ ପଶି ଯାଉଥିଲା। ଏହି ସମସ୍ୟା ପାଇଁ କେନ୍ଦୁଝରଗଡ଼ ପୌରପାଳିକା କାର୍ଯ୍ୟାଳୟରେ ବହୁବାର ଅଭିଯୋଗ କରାଯାଇଥିଲା। ହେଲେ ପୌରପାଳିକା ପକ୍ଷରୁ କୌଣସି ସମାଧାନ କରା ନ ଯିବାରୁ କୋଠାଘର ଉପରକୁ ଉଠାଇବା ପାଇଁ ଏଭଳି ପଦକ୍ଷେପ ନେଇଥିଲେ। ଏନେଇ ୟୁଟ୍ୟୁବ୍‌ ରିସର୍ଚ୍ଚ ଜରିଆରେ ଘରକୁ ଲିଫ୍ଟ କରିବାକୁ ମନ ବଳାଇଥିଲେ ବୋଲି ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri