ବଦଳିପାରେ ୨୦ ବର୍ଷର ସମୀକରଣ

ପରଜଙ୍ଗ, ୧୦ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲାର ୨୭ ଜିଲା ପରିଷଦ ଜୋନ୍‌ରୁ ୨୬ଟି କବ୍‌ଜା କରିଛି ବିଜେଡି। ଦଳକୁ ବିପୁଳ ଜନସମର୍ଥନ ମିଳିଛି ସତ, ହେଲେ ପରଜଙ୍ଗ ବ୍ଲକ ସମିତି ଗଠନକୁ ନେଇ ଯେଉଁ ଚିତ୍ର ଆସିଛି, ତାହା ଶାସକ ଦଳକୁ ଚିନ୍ତାରେ ପକାଇଛି। କାରଣ ବ୍ଲକରେ ୨୯ ସମିତିସଭ୍ୟ ପଦବୀ ଥିବାବେଳେ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ମ୍ୟାଜିକ୍‌ ସଂଖ୍ୟା ହେଉଛି ୧୫। ଭାଜପା ଶିବିରରେ ୧୭ ସମିତିସଭ୍ୟ ଥିବାବେଳେ ବିଜେଡି ପାଖରେ ୧୨ ଜଣଙ୍କ ସମର୍ଥନ ରହିଥିବା ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି। ତେବେ ସମିତି ଅଧ୍ୟକ୍ଷ ପଦବୀ ଭାଜପା ଅକ୍ତିଆର କରିବ ବୋଲି ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ ଦୃଢ଼ୋକ୍ତି ପ୍ରକାଶ କରିବା ପରେ ୨୦ ବର୍ଷର ସମୀକରଣ ବଦଳିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।
ଦୀର୍ଘ ୨୦ବର୍ଷ ହେଲା ପରଜଙ୍ଗ ବ୍ଲକ ବିଜେଡି କବ୍‌ଜାରେ ରହିଆସିଛି। ତେବେ ଚଳିତ ପଞ୍ଚାୟତ ନିର୍ବାଚନରେ ଅଧିକାଂଶ ପଞ୍ଚାୟତରେ ଭାଜପା ସମର୍ଥତ୍ତ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଅଧ୍ୟକ୍ଷ ପଦବୀ ମହିଳାଙ୍କ ଲାଗି ସଂରକ୍ଷିତ ରହିଛି। ଭାଜପା ସମର୍ଥତ୍ତ ୧୭ ସମିତିସଭ୍ୟ ଅଜ୍ଞାତବାସରେ ଥିବାବେଳେ ୧୨ ତାରିଖରେ ହେବାକୁ ଥିବା ନିର୍ବାଚନ ସମୟରେ ସେମାନେ ସିଧାସଳଖ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ବେ ବୋଲି ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି। ଯଦି ଭାଜପା ସମିତି ଗଠନ କରେ, ତେବେ ଦଳୀୟ ନେତ୍ରୀ ତଥା କଙ୍କଡ଼ାସୋଡ଼ା ପଞ୍ଚାୟତର ବିଜୟୀ ସମିତିସଭ୍ୟା ଶର୍ମିଷ୍ଠା ଦଳବେହେରା ଅଧ୍ୟକ୍ଷା ହେବେ। ଆପାତତଃ ତାଙ୍କ ନାମ ଚୂଡ଼ାନ୍ତ ହୋଇସାରିଥିବା ସନ୍ତୋଷ କହିଛନ୍ତି। ଅପରପକ୍ଷେ ଏ ନେଇ ସମିତି ଗଠନକୁ ନେଇ ବିଜେଡି ନୀରବତା ଅବଲମ୍ବନ କରୁଥିବାରୁ କାହାରି ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri