୨୦୦୦ ଟଙ୍କିଆ ପ୍ରିଣ୍ଟ ବନ୍ଦ ହେବନି

ନୂଆଦିଲ୍ଲୀ,୨୦।୯:   ୨୦୦୦ ଟଙ୍କିଆ ନୋଟ୍‌ କେନ୍ଦ୍ର ସରକାର ପ୍ରତ୍ୟାହାର କରି ନେବେ ବୋଲି ବିଭିନ୍ନ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏହି ପ୍ରସଙ୍ଗ ଉପରୁ ସରକାର ଶନିବାର ପରଦା ହଟାଇଛନ୍ତି। ୨୦୦୦ ଟଙ୍କିଆ ନୋଟ୍‌ ପ୍ରିଣ୍ଟ ବନ୍ଦ ହେବ ନାହିଁ। ଏହି ନୋଟ୍‌ ବିମୁଦ୍ରୀକରଣ କରିବା ନେଇ କେନ୍ଦ୍ରର କୌଣସି ଯୋଜନା ନାହିଁ। ଏହାର ପ୍ରିଣ୍ଟ ବନ୍ଦ ହେବ ନାହିଁ ବୋଲି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଲୋକ ସଭାରେ ସ୍ପଷ୍ଟୀକରଣ ଦିଆଯାଇଛି। କେନ୍ଦ୍ର ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ଶନିବାର ଏ ସମ୍ପର୍କରେ ଲୋକ ସଭାରେ ଏକ ଲିଖିତ ଉତ୍ତର ରଖିଛନ୍ତି।
ସେ କହିଛନ୍ତି, ରିଜର୍ଭ ବ୍ୟାଙ୍କ ସହ ଆଲୋଚନା କରି ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଥାଏ। ଲୋକଙ୍କ ଚାହିଦା ଏବଂ ନେଣଦେଣ ସୁବିଧା ହେବା ଭଳି ନୋଟ ପ୍ରିଣ୍ଟ ନେଇ ପଦକ୍ଷେପ ନିଆଯାଉଛି। ୨୦୧୯-୨୦ ଏବଂ ୨୦୨୦-୨୧ରେ ୨୦୦୦ ଟଙ୍କିଆ ନୋଟ୍‌ ଛାପିବା ଲାଗି କୌଣସି ଯୋଜନା ହାତକୁ ନିଆଯାଇନାହିଁ। ଅପରପକ୍ଷରେ ଏହି ନୋଟ୍‌ ଛପାକୁ ବନ୍ଦ କରିବା ଲାଗି କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ନେଇ ନ ଥିବା ସେ ସ୍ପଷ୍ଟ କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ପ୍ରଚଳନରେ ୨୭,୩୯୮ ଲକ୍ଷ ଖଣ୍ଡ ୨୦୦୦ ଟଙ୍କିଆ ନୋଟ୍‌ ରହିଛି। ୨୦୧୯ ମାର୍ଚ୍ଚ ୩୧ ବେଳକୁ ଏହା ୩୨,୯୧୦ ଲକ୍ଷ ଖଣ୍ଡ ରହିଥିଲା ବୋଲି ସୂଚନା ମିଳିଛି। ସେହିଭଳି କୋଭିଡ୍‌-୧୯ ଯୋଗୁ ନୋଟ୍‌ ଛପା କିଛିଦିନ ଲାଗି ବନ୍ଦ ରହିଥିଲା। କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ ଆସିଲା ପରେ ପୁଣି ଥରେ ନୋଟ୍‌ ଛାପିବା ନେଇ ପ୍ରକ୍ରିୟା ଜାରି କରାଯାଇଛି। ଲକ୍‌ଡାଉନ ସମୟରେ ପ୍ରିଣ୍ଟିଂ ପ୍ରେସ୍‌ରେ ରହିଥିବା ନୋଟ୍‌ ଯୋଗାଣ ଧାରା ଜାରି ରହିଥିଲା। ରିଜର୍ଭ ବ୍ୟାଙ୍କ ଅଫିସ ଏବଂ କରେନ୍ସି ଚେଷ୍ଟକୁ ଟଙ୍କା ଇଣ୍ଡିଆନ ରେଲଓ୍ବେ ଟ୍ରେଜେରି ଓ୍ବାଗନ ଦ୍ୱାରା ଏହି ଟଙ୍କା ପଠାଯାଇଥିବା ବୋଲି ଠାକୁର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏମାନଙ୍କୁ ଜନ୍ମ ଦେଇଛି… Gen-Z ପ୍ରତିବାଦକୁ ନେଇ ବିଦାଦୀୟ ମନ୍ତ୍ୱ୍ୟ ଦେଲେ କଙ୍ଗନା

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ବିକ୍ଷୋଭ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ଲୋକସଭାରେ ସ୍ଲୋଗାନ ଦେଇଥିଲେ ଏବଂ ହଟ୍ଟଗୋଳ ସୃଷ୍ଟି କରିଥିଲେ।…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri