ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଅଭିଯୋଗ ଅନୁଯାୟୀ ପୌରପାଳିକାର ୧୪ ନଂ. ୱାର୍ଡରେ ଥିବା ଭାଗବତପୁର ପ୍ରାଥମିକ ବିଦ୍ୟାଳୟରେ ଆଜକୁ ୨୨ ବର୍ଷ ଧରି ଶିକ୍ଷାଦାନ ଚାଲିଥିଲା। ଏଠାରେ ମୁଖ୍ୟତଃ ଦଳିତ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ହେଲେ ଉପସ୍ଥାନ କମ୍‌ ବୋଲି ଦର୍ଶାଯାଇ ଏହାକୁ ମହାବୀର ଛକ ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏହାକୁ ବିରୋଧ କରି ସ୍ଥାନୀୟ ଗ୍ରାମବାସୀ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ, ଯାହାର କେଶ ନଂ. ହେଉଛି ଡବ୍ଲ୍ୟୁପି(ସି)୨୧୨୧୭/୨୦୧୯। ହାଇକୋର୍ଟ ମାମଲାର ବିଚାର କରି ସ୍କୁଲର ଶିକ୍ଷାଦାନ ବ୍ୟବସ୍ଥାକୁ ପୂର୍ବ ସ୍ଥାନକୁ ଫେରାଇ ଦେବା ପାଇଁ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ଶିକ୍ଷାଧିକାରୀ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ଅଣଦେଖା କରି ଏକ ୩ ଜଣିଆ ଯୁଗ୍ମ କମିଟି ଦ୍ୱାରା ତଦନ୍ତ କରାଇବା ସହ ଉକ୍ତ ରିପୋର୍ଟକୁ ଜିଲାପାଳଙ୍କ ଜରିଆରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟକୁ ପୁନଃ ବିଚାର ପାଇଁ ପଠାଇଥିଲେ। ଅନ୍ୟପକ୍ଷରେ ସ୍କୁଲଟି ବନ୍ଦ ହୋଇଯିବା ସୁଯୋଗ ନେଇ ଭାଗବତପୁର ପ୍ରାଥମିକ ବିଦ୍ୟାଳୟ ପାଇଁ ଜମିଦାନ କରିଥିବା ଜଣେ ବଦାନ୍ୟ ବ୍ୟକ୍ତିଙ୍କ ପରିବାର ଲୋକେ ଗତ ୧୯ ତାରିଖ ରାତିରେ ବୁଲ୍‌ଡୋଜର ଲଗାଇ ଉକ୍ତ ସ୍କୁଲ ଘରଟିକୁ ଭାଙ୍ଗି ମାଟିରେ ମିଶାଇ ଦେଇଥିବା ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏପରିକି ସ୍କୁଲ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଖାତାଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ନଷ୍ଟ କରି ଦିଆଯାଇଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ସ୍କୁଲଟି ଯାଜପୁର ପୌରପାଳିକା ଅଧୀନରେ ଥିଲା। ସରକାରୀ ଅନୁଦାନରେ ଏହି ସ୍କୁଲର ନିର୍ମାଣ କାର୍ଯ୍ୟ ମଧ୍ୟ ହୋଇଥିଲା। ଏଠାରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ସରକାରଙ୍କ ପକ୍ଷରୁ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବିଭିନ୍ନ ସୁବିଧା ଯୋଗାଇ ଦିଆଯାଉଥିଲା। କିନ୍ତୁ ସ୍କୁଲଟି ସମ୍ପୂର୍ଣ୍ଣ ମାଟିରେ ମିଶିଯିବା ପରେ ମଧ୍ୟ ଯାଜପୁର ପୈାରପାଳିକାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏଦିଗରେ କୌଣସି ପଦକ୍ଷେପ ନ ନେଇ ନୀରବ ରହିବା ସମସ୍ତଙ୍କୁ ଚକିତ କରିଛି ା ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଭାଗବତପୁର ଗ୍ରାମର ବାସିନ୍ଦା କିଶୋର ଚନ୍ଦ୍ର ମିଶ୍ର, ଅମିୟ କୁମାର ଦାସ, ରବିନାରାୟଣ ସାହୁ, ସଞ୍ଜୟ କୁମାର ଦାସ, ଶ୍ରୀଧର ସାହୁ, ଅନିରୁଦ୍ଧ ଜେନା, ଶ୍ରୀପଦ ସେଠୀ, ଆନନ୍ଦ ଜେନା, ପ୍ରଶାନ୍ତ ଜେନା, ନଗେନ୍ଦ୍ର ନାରାୟଣ ଜେନା ପ୍ରମୁଖ ଗ୍ରାମବାସୀ ନିର୍ବାହୀ ଅଧିକାରୀଙ୍କ ସମେତ ଘଟଣା ସମ୍ପର୍କରେ ଯାଜପୁର ଜିଲାପାଳ, ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ହେଲେ ଏ ଦିଗରେ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିବା ସହ ଏହା ବିରୋଧରେ ପୁନର୍ବାର ହାଇକୋର୍ଟର ଦ୍ୱାରସ୍ଥ ହେବେ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri