ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଅଭିଯୋଗ ଅନୁଯାୟୀ ପୌରପାଳିକାର ୧୪ ନଂ. ୱାର୍ଡରେ ଥିବା ଭାଗବତପୁର ପ୍ରାଥମିକ ବିଦ୍ୟାଳୟରେ ଆଜକୁ ୨୨ ବର୍ଷ ଧରି ଶିକ୍ଷାଦାନ ଚାଲିଥିଲା। ଏଠାରେ ମୁଖ୍ୟତଃ ଦଳିତ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ହେଲେ ଉପସ୍ଥାନ କମ୍‌ ବୋଲି ଦର୍ଶାଯାଇ ଏହାକୁ ମହାବୀର ଛକ ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏହାକୁ ବିରୋଧ କରି ସ୍ଥାନୀୟ ଗ୍ରାମବାସୀ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ, ଯାହାର କେଶ ନଂ. ହେଉଛି ଡବ୍ଲ୍ୟୁପି(ସି)୨୧୨୧୭/୨୦୧୯। ହାଇକୋର୍ଟ ମାମଲାର ବିଚାର କରି ସ୍କୁଲର ଶିକ୍ଷାଦାନ ବ୍ୟବସ୍ଥାକୁ ପୂର୍ବ ସ୍ଥାନକୁ ଫେରାଇ ଦେବା ପାଇଁ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ଶିକ୍ଷାଧିକାରୀ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ଅଣଦେଖା କରି ଏକ ୩ ଜଣିଆ ଯୁଗ୍ମ କମିଟି ଦ୍ୱାରା ତଦନ୍ତ କରାଇବା ସହ ଉକ୍ତ ରିପୋର୍ଟକୁ ଜିଲାପାଳଙ୍କ ଜରିଆରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟକୁ ପୁନଃ ବିଚାର ପାଇଁ ପଠାଇଥିଲେ। ଅନ୍ୟପକ୍ଷରେ ସ୍କୁଲଟି ବନ୍ଦ ହୋଇଯିବା ସୁଯୋଗ ନେଇ ଭାଗବତପୁର ପ୍ରାଥମିକ ବିଦ୍ୟାଳୟ ପାଇଁ ଜମିଦାନ କରିଥିବା ଜଣେ ବଦାନ୍ୟ ବ୍ୟକ୍ତିଙ୍କ ପରିବାର ଲୋକେ ଗତ ୧୯ ତାରିଖ ରାତିରେ ବୁଲ୍‌ଡୋଜର ଲଗାଇ ଉକ୍ତ ସ୍କୁଲ ଘରଟିକୁ ଭାଙ୍ଗି ମାଟିରେ ମିଶାଇ ଦେଇଥିବା ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏପରିକି ସ୍କୁଲ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଖାତାଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ନଷ୍ଟ କରି ଦିଆଯାଇଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ସ୍କୁଲଟି ଯାଜପୁର ପୌରପାଳିକା ଅଧୀନରେ ଥିଲା। ସରକାରୀ ଅନୁଦାନରେ ଏହି ସ୍କୁଲର ନିର୍ମାଣ କାର୍ଯ୍ୟ ମଧ୍ୟ ହୋଇଥିଲା। ଏଠାରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ସରକାରଙ୍କ ପକ୍ଷରୁ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବିଭିନ୍ନ ସୁବିଧା ଯୋଗାଇ ଦିଆଯାଉଥିଲା। କିନ୍ତୁ ସ୍କୁଲଟି ସମ୍ପୂର୍ଣ୍ଣ ମାଟିରେ ମିଶିଯିବା ପରେ ମଧ୍ୟ ଯାଜପୁର ପୈାରପାଳିକାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏଦିଗରେ କୌଣସି ପଦକ୍ଷେପ ନ ନେଇ ନୀରବ ରହିବା ସମସ୍ତଙ୍କୁ ଚକିତ କରିଛି ା ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଭାଗବତପୁର ଗ୍ରାମର ବାସିନ୍ଦା କିଶୋର ଚନ୍ଦ୍ର ମିଶ୍ର, ଅମିୟ କୁମାର ଦାସ, ରବିନାରାୟଣ ସାହୁ, ସଞ୍ଜୟ କୁମାର ଦାସ, ଶ୍ରୀଧର ସାହୁ, ଅନିରୁଦ୍ଧ ଜେନା, ଶ୍ରୀପଦ ସେଠୀ, ଆନନ୍ଦ ଜେନା, ପ୍ରଶାନ୍ତ ଜେନା, ନଗେନ୍ଦ୍ର ନାରାୟଣ ଜେନା ପ୍ରମୁଖ ଗ୍ରାମବାସୀ ନିର୍ବାହୀ ଅଧିକାରୀଙ୍କ ସମେତ ଘଟଣା ସମ୍ପର୍କରେ ଯାଜପୁର ଜିଲାପାଳ, ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ହେଲେ ଏ ଦିଗରେ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିବା ସହ ଏହା ବିରୋଧରେ ପୁନର୍ବାର ହାଇକୋର୍ଟର ଦ୍ୱାରସ୍ଥ ହେବେ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?