Posted inଜାତୀୟ

ଏହି ଦିନ ଆସିବ ପିଏମ୍‌ କିଷାନର ୨୨ତମ କିସ୍ତି

ନୂଆଦିଲ୍ଲୀ,୧୧ା୩(ପି.ଟି.):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ୨୨ତମ କିସ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୩ ତାରିଖରେ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ଡିଜିଟାଲି ଟ୍ରାନ୍ସଫର କରିବେ। ୯.୩୨ କୋଟି କୃଷକ ଏଥିରୁ ଉପକୃତ ହେବାକୁ ଥିବାବେଳେ ପ୍ରାୟ ୧୯,୦୦୦ କୋଟି ଟଙ୍କା ପଠାଯିବ ବୋଲି କୃଷି ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଆସାମର ଗୁଆହାଟୀରୁ ପ୍ରଧାନମନ୍ତ୍ରୀ ଉକ୍ତ କିସ୍ତି ପ୍ରଦାନ କରିବେ। ୨୦୧୯ ଫେବୃଆରୀରେ କେନ୍ଦ୍ର ସରକାର ଏହି ଯୋଜନା କାର୍ଯ୍ୟକାରୀ କରିଥିଲେ। କୃଷକମାନଙ୍କୁ ବାର୍ଷିକ ୩ଟି କିସ୍ତିରେ ମୋଟ ୬,୦୦୦ ଟଙ୍କା ଯୋଗାଇ ଦିଆଯାଇଥାଏ। ଖରିଫ୍‌ ବୁଣାବୁଣି ପୂର୍ବରୁ ୨୨ତମ କିସ୍ତି ମିଳିବାକୁ ଥିବାରୁ ଏହା କୃଷକମାନଙ୍କ ପାଇଁ ସହାୟକ ହେବ ବୋଲି ଆଶା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…

ନୂଆ ସ୍ବାଦରେ ରାଜ୍ୟ ସଭା: ଚାଲିଛି ମୂଲଚାଲ୍‌

ଭୁବନେଶ୍ୱର,୧୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ରାଜନୀତିରେ ରାଜ୍ୟ ସଭା ନିର୍ବାଚନ ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସବୁ ଦଳର ବିଧାୟକମାନେ ସେମାନଙ୍କ ପାର୍ଟିରୁ ରାଜ୍ୟ ସଭା ପାଇଁ ଯିଏ ପ୍ରାର୍ଥୀ…

ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ

ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ…

ଯୁଦ୍ଧ ମଧ୍ୟରେ ଇରାନକୁ ଫୋନ୍‌ କଲା ଭାରତ, ଆଲୋଚନା ମଧ୍ୟରେ ଘଟିଲା…ବିଶ୍ୱରେ ଚହଳ

  ନୂଆଦିଲ୍ଲୀ,୧୧।୩: ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଇରାନ ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ଜୟଶଙ୍କର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ…

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…

ଘଡ଼ଘଡ଼ି, ବିଜୁଳି ସହିତ ୩୦ରୁ ୪୦ କି.ମି. ବେଗରେ ବହିବ ପବନ: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପରିସରରୁ ଏକ ଟ୍ରଫ୍‌ ଲାଇନ୍‌ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ଼ ଏବଂ ବିଦର୍ଭ ଦେଇ ୦.୯ କିଲୋମିଟର ଉଚ୍ଚତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri