୨୭ ବର୍ଷର ଜବରଦଖଲ ହଟିଲା

ଢେଙ୍କାନାଳ ଅଫିସ୍‌,୧୭ା୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ଗ୍ରାମରେ ଖେଳପଡ଼ିଆ ପାଇଁ ଉଦ୍ଦିଷ୍ଟ ସରକାରୀ ଜାଗା ଜବରଦଖଲ ମୁକ୍ତ ହୋଇଛି। ଦୀର୍ଘ ୨୭ବର୍ଷ ଧରି ସେହି ଜମିକୁ କେତେଜଣ ବେଆଇନ ଭାବେ ମାଡ଼ିବସିଥିବାବେଳେ ବୁଧବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ପକ୍ଷରୁ ସେଠାରେ ଜେସିବି ବୁଲିଛି। ଉକ୍ତ ସରକାରୀ ଜମିରେ ରହୁଥିବା ୧୦ ପରିବାରକୁ ଉଚ୍ଛେଦ କରାଯାଇଛି। ଅନ୍ୟପଟେ ଥଇଥାନ ବ୍ୟବସ୍ଥା କରାଯାଇ ନ ଥିବାରୁ ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା।
ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୧୯୯୫ରୁ ଉକ୍ତ ସରକାରୀ ଜମି ଜବରଦଖଲରେ ଥିଲା। ଏ ସମ୍ପର୍କରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା। ଖେଳପଡ଼ିଆ ନିମନ୍ତେ ଉକ୍ତ ସରକାରୀ ଜମିରୁ ଜବରଦଖଲ ହଟାଇବା ଲାଗି ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ବାଣୀ ନିବେଦିତା ସ୍ବାଇଁ, ନିର୍ବାହୀ ମାଜିଷ୍ଟ୍ରେଟ୍‌ ତଥା ଡେପୁଟି କଲେକ୍ଟର ପ୍ରମୋଦ କୁମାର ଦଳବେହେରା, ସଦର ଥାନାଧିକାରୀ ଅଭିନବ ଡାଳୁଆ ପୋଲିସ ଫୋର୍ସ ସହିତ ଉପସ୍ଥିତ ରହି ଜେସିବି ମେଶିନ ସହାୟତାରେ କୋଠାଗୁଡ଼ିକୁ ଭାଙ୍ଗିଥିଲେ।
ଏ ସମ୍ପର୍କରେ ତହସିଲଦାର କୁହନ୍ତି, କାଣ୍ଡବିନ୍ଧା ରାଜସ୍ବ ମୌଜାର ସଂରକ୍ଷିତ ଖେଳପଡ଼ିଆ ଜମିରେ ବେଆଇନ ଭାବେ ଜବରଦଖଲ କରାଯାଇ ଘର ନିର୍ମାଣ ହୋଇଥିଲା। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଜବରଦଖଲ ଉଚ୍ଛେଦ କରାଯାଇଛି। ଏଥିପୂର୍ବରୁ ସେଠାରେ ରହୁଥିବା ପରିବାରକୁ ନୋଟିସ୍‌ କରାଯାଇଥିଲା। ଥଇଥାନ ସମ୍ପର୍କରେ ତହସିଲଦାର କୁହନ୍ତି, ସମ୍ପୃକ୍ତ ବ୍ୟକ୍ତିମାନଙ୍କ ନିଜସ୍ବ ଜମି ରହିଛି। ସେମାନେ ନିଜ ଜମିରେ ଘର କରି ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ହିନ୍ଦୋଳ, ୨୨।୧୧: ଠକେଇ ମାମଲାରେ ୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ। ୬୮.୮୫ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri