୨୭ ବର୍ଷର ଜବରଦଖଲ ହଟିଲା

ଢେଙ୍କାନାଳ ଅଫିସ୍‌,୧୭ା୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ଗ୍ରାମରେ ଖେଳପଡ଼ିଆ ପାଇଁ ଉଦ୍ଦିଷ୍ଟ ସରକାରୀ ଜାଗା ଜବରଦଖଲ ମୁକ୍ତ ହୋଇଛି। ଦୀର୍ଘ ୨୭ବର୍ଷ ଧରି ସେହି ଜମିକୁ କେତେଜଣ ବେଆଇନ ଭାବେ ମାଡ଼ିବସିଥିବାବେଳେ ବୁଧବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ପକ୍ଷରୁ ସେଠାରେ ଜେସିବି ବୁଲିଛି। ଉକ୍ତ ସରକାରୀ ଜମିରେ ରହୁଥିବା ୧୦ ପରିବାରକୁ ଉଚ୍ଛେଦ କରାଯାଇଛି। ଅନ୍ୟପଟେ ଥଇଥାନ ବ୍ୟବସ୍ଥା କରାଯାଇ ନ ଥିବାରୁ ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା।
ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୧୯୯୫ରୁ ଉକ୍ତ ସରକାରୀ ଜମି ଜବରଦଖଲରେ ଥିଲା। ଏ ସମ୍ପର୍କରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା। ଖେଳପଡ଼ିଆ ନିମନ୍ତେ ଉକ୍ତ ସରକାରୀ ଜମିରୁ ଜବରଦଖଲ ହଟାଇବା ଲାଗି ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ବାଣୀ ନିବେଦିତା ସ୍ବାଇଁ, ନିର୍ବାହୀ ମାଜିଷ୍ଟ୍ରେଟ୍‌ ତଥା ଡେପୁଟି କଲେକ୍ଟର ପ୍ରମୋଦ କୁମାର ଦଳବେହେରା, ସଦର ଥାନାଧିକାରୀ ଅଭିନବ ଡାଳୁଆ ପୋଲିସ ଫୋର୍ସ ସହିତ ଉପସ୍ଥିତ ରହି ଜେସିବି ମେଶିନ ସହାୟତାରେ କୋଠାଗୁଡ଼ିକୁ ଭାଙ୍ଗିଥିଲେ।
ଏ ସମ୍ପର୍କରେ ତହସିଲଦାର କୁହନ୍ତି, କାଣ୍ଡବିନ୍ଧା ରାଜସ୍ବ ମୌଜାର ସଂରକ୍ଷିତ ଖେଳପଡ଼ିଆ ଜମିରେ ବେଆଇନ ଭାବେ ଜବରଦଖଲ କରାଯାଇ ଘର ନିର୍ମାଣ ହୋଇଥିଲା। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଜବରଦଖଲ ଉଚ୍ଛେଦ କରାଯାଇଛି। ଏଥିପୂର୍ବରୁ ସେଠାରେ ରହୁଥିବା ପରିବାରକୁ ନୋଟିସ୍‌ କରାଯାଇଥିଲା। ଥଇଥାନ ସମ୍ପର୍କରେ ତହସିଲଦାର କୁହନ୍ତି, ସମ୍ପୃକ୍ତ ବ୍ୟକ୍ତିମାନଙ୍କ ନିଜସ୍ବ ଜମି ରହିଛି। ସେମାନେ ନିଜ ଜମିରେ ଘର କରି ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri