୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ

ଥୁଆମୂଳ ରାମପୁର,୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ବାବା ଖଣ୍ଡୁଆଳ ପଡିଆ ଠାରେ ମଙ୍ଗଳବାର କଳାହାଣ୍ଡି ଜିଲାର ଗର୍ବ ଓ ଗୌରବ, କଳା ସାଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାବହ ବ୍ଲକ୍ ସ୍ତରୀୟ ୨୭ ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଉଦ୍‌ଘାଟିତ ହୋଇଯାଇଛି।

୨ଦିନ ଧରି ହେବାକୁ ଥିବା ଏହି ଉତ୍ସବକୁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତା ଉତ୍ସବରେ କଳାହାଣ୍ଡି ଲୋକସଭା ସାଂସଦଙ୍କ ବ୍ଲକ୍ ପ୍ରତିନିଧି ପବିତ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ବ୍ଲକ୍ ପ୍ରତିନିଧି ମାଣିକ୍ୟ ଚନ୍ଦ୍ର ନାଏକ, ବ୍ଲକ୍ ଅଧକ୍ଷ ଦୟାନିଧି ମାଝୀ, ତହସିଲଦାର କବିରାଜ ପ୍ରଧାନ, ବିଜେଡି ବ୍ଲକ୍ ସଭାପତି କପିଳାସ ନାଏକ, ଏମଏମପିଏସ ମହାବିଦ୍ୟାଳୟ ଅଧକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା, ଭାଜପା ଯୁବ ନେତା ବିଷ୍ଣୁ ନାଏକ, ରାଧାକାନ୍ତ ନାଏକ, ଜୋନ ନଂ ୧ ଜିଲାପରିଷଦ ସଦସ୍ୟା ପ୍ରମିଳା ମାଝୀ, ଜୋନ ନଂ ୨ ଜିଲାପରିଷଦ ସଦସ୍ୟା ଟୁନି ଖୋସ୍ଲା, ଆଦିବାସୀ ସଂଘ ବ୍ଲକ୍ ସଭାପତି ସନାତନ ମାଝୀ, ବୋହୁଜନ ସମାଜ ପାର୍ଟି ବ୍ଲକ୍ ସଭାପତି ସୋମନାଥ ନାଏକ, ବ୍ଲକ୍ ସରପଞ୍ଚ ସଂଘ ସଭାପତି ବଳଭଦ୍ର ଜାନୀ, ସ୍ଥାନୀୟ ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ସ୍ଥାନୀୟ ସରପଞ୍ଚ ବିଜୟା ମାଝୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ।

ଏହି ଅବସରରେ ମା’ମାଣିକେଶ୍ଵରୀ ମନ୍ଦିରରୁ ଏକ ମଶାଲ ଶୋଭାଯାତ୍ରା ସହ ପ୍ରଥମ ଥର କରି କଳସ ଶୋଭାଯାତ୍ରାରେ ବାହାରି ମଞ୍ଚସ୍ଥଳରେ ପହଞ୍ଚିଥିଲା। ପୂଜାର୍ଚ୍ଚନା ଶେଷରେ ମଞ୍ଚ ଉଦଘାଟନ କରାଯାଇଥିଲା ଏବଂ ଶାନ୍ତିର ପ୍ରତୀକ “ପାରା” କୁ ଉପସ୍ଥିତ ଅତିଥିଙ୍କ ହସ୍ତରେ ଉଡାଯାଇଥିଲା। ପରେ ପରେ ଉପସ୍ଥିତ ସମସ୍ତ ଅତିଥି ତାଙ୍କ ବକ୍ତବ୍ୟ ରଖିଥିଲେ ଓ ନିଜ ଜିଲାର କଳା ସାଂସ୍କୃତିକକୁ କେମିତି ବଞ୍ଜାଇ ରଖିବୁ ସେ ନେଇ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ l

ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ମଞ୍ଚକୁ ରାଜେନ୍ଦ୍ର ନାରାୟଣ ସିଂହଦେବ୍ ଓ କିରଣ କୁମାର ଧଙ୍ଗଡା ମାଝୀ ପରିଚାଳନା କରିଥିଲେ। ଘୁମୁରା ଓ ଲୋକନୃତ୍ୟରେ ବାବା ଖଣ୍ଡୁଆଲ ମଞ୍ଚ ଦୁଲୁକି ଉଠିଥିଲା। ଆସନ୍ତା ୮ତାରିଖରେ ଏହି ଉତ୍ସବର ଉଦଯାପନୀ ଦିବସ ଅନୁଷ୍ଠିତ ହେବ ଏହି ଅବସରରେ ପଶ୍ଚିମ ଓଡ଼ିଶାର ହାସ୍ୟ କଳାକାର ଯୋଗେଶ ଜୋ ଜୋ ଯୋଗଦାନ ଦେବାର କାର୍ଯ୍ୟକ୍ରମ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri