ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ ଦଳ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିନି । ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଏବଂ ଅରିନ୍ଦମ ରାୟଙ୍କ ଭଳି ଓଲିଉଡ ଷ୍ଟାରଙ୍କୁ ଭାଜପା ଆଗାମୀ ସାଧାରଣ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ରଖିନାହିଁ। ଯାହାକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହେଇଛି ।
ଏଥର ଦିଗପହଣ୍ଡିରୁ ଭାଜପାର ବିଧାୟକ ପ୍ରାର୍ଥୀ ହୋଇଛନ୍ତି ସିଦ୍ଧାନ୍ତ ମହାପାତ୍ର, ସେହିପରି କୋରେଇରୁ ବିଧାୟକ ପ୍ରାର୍ଥୀ ହେଇଛନ୍ତି ଆକାଶ ଦାସ ନାୟକ । ଏହି ଦୁଇ ନେତା ନିକଟରେ ବିଜେଡିକୁ ବାଏ ବାଏ କରି ପଦ୍ମ ଧରିଥିଲେ । ଆଉ ଦଳ ତାଙ୍କୁ ନିର୍ବାଚନ ପାଇଁ ଟିକେଟ ବି ଦେଇଥିଲା । ହେଲେ ଏହାପରେ ବି, ଦଳ ଏମାନଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିନି ।

ସେହିପରି ଓଲିଉଡ ଷ୍ଟାର ଅରିନ୍ଦମ ରାୟଙ୍କୁ ଦଳ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରନ୍ତି । ଖାଲି ସେତିକି ନୁହେଁ, ତାଙ୍କୁ କୌଣସି ଆସନରୁ ନିର୍ବାଚନ ଟିକେଟ ମଧ୍ୟ ଦେଇନି ଭାଜପା।
ଏହିକ୍ରମରେ ଅନୁଭବ ମହାନ୍ତିଙ୍କୁ ଦଳ ଟିକେଟ୍‌ ନ ଦେଇଥିବାବେଳେ ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ କରିଛି।

ତେବେ ଭାଜପାର ଷ୍ଟାର ପ୍ରଚାରକ ଲିଷ୍ଟରେ ଓଲିଉଡର ଅନୁଭବ ମହାନ୍ତି, ପିଙ୍କି ପ୍ରଧାନ, ଶ୍ରୀତମ ଦାସ ଏବଂ ହରିହର ମହାପାତ୍ରଙ୍କ ନାଁ ସାମିଲ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri