ଭୁବନେଶ୍ୱର,୧।୭(ବ୍ୟୁରୋ): ସର୍ବଭାରତୀୟ ଜାତୀୟ କଂଗ୍ରେସର ସାମାଜିକ ଗଣମାଧ୍ୟମ ବିଭାଗ ଓ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ରାଜ୍ୟ ସାମାଜିକ ଗଣମାଧ୍ୟମ ଏବଂ ଡିଜିଟାଲ ମିଡିଆ ଅଧ୍ୟକ୍ଷ ଅଭିଷେକ ମହାନନ୍ଦ ଏକ ୩୨ ଜଣିଆ ନୂତନ କମିଟି ଗଠନ କରିଛନ୍ତି। ଏଥିରେ ୧୨ ଜଣ ସାଧାରଣ ସମ୍ପାଦକ ଓ ୨୦ଜଣ ସମ୍ପାଦକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ମାତ୍ର ଏହି କମିଟି ଗଠନ ହୋଇ ଘୋଷଣା ହେବାର କିଛି ସମୟ ମଧ୍ୟରେ ଏହାକୁ ନେଇ କେଁ ଦେଖାଦେଇଛି। ସାମାଜିକ ଗଣମାଧ୍ୟମ ଜରିଆରେ ଏହି କମିଟିରେ କାର୍ଯ୍ୟ କରିବାକୁ ରବୀନ୍ଦ୍ର ଆଚାର୍ଯ୍ୟ ଅନିଚ୍ଛା ବ୍ୟକ୍ତ କରିଛନ୍ତି। ପିସିସି ପକ୍ଷରୁ ଜାରି ଏହି କମିଟି ତାଲିକା ଅନୁସାରେ ସାଧାରଣ ସମ୍ପାଦକଭାବେ ଚେତନ ମିଶ୍ର, ପୀତବାସ ପଣ୍ଡା, ଜୟତା ରାୟ, ଶିବମ ପଟ୍ଟନାୟକ, ଦୀପକ ମହାପାତ୍ର, ରବୀନ୍ଦ୍ର ଆଚାର୍ଯ୍ୟ, ଅଭିଳାଷ ପତି, ସମ୍ବିତ ଶ୍ରୀଚନ୍ଦନ, ସମସିଦା ତାୟବ, ପ୍ରିୟବ୍ରତ ସାହୁ, ଶୈଳେନ୍ଦୁ ଦାସ ଓ ପୱନ ଶର୍ମା ନିଯୁକ୍ତି ପାଇ ଥିବାବେଳେ ସେହିପରି ସମ୍ପାଦକ ଭାବେ ମିହିର ରାୟ, ଚନ୍ଦନ ରାୟ, ମାହେପର ନିଖତ, ଜଗତ ଜୀବନ ମହାନ୍ତି, ମାନସ ଆଚାର୍ଯ୍ୟ, ଚିନ୍ମୟ ହୋତା, ଅତିଥ୍ୟ ଦିବ୍ୟସିଂହ, ରଞ୍ଜିତ ପଣ୍ଡା, ଗଣେଶ ସାହୁ, ମୁରଲୀଧର ନାୟକ, ସୁବାସ ନାୟକ, ଅମିତ କୁମାର ନାୟକ, ମୁକେଶ ଅଗ୍ରୱାଲ, ଆସଲମ ଖାନ୍, ବିନ୍ଦୁଜା ଉପାଧ୍ୟାୟ, ସତ୍ୟବ୍ରତ ଗୁରୁ, ବିଶ୍ୱଜିତ୍ ସ୍ବାଇଁ, ସର୍ବଜିତ ପଟ୍ଟନାୟକ, ଚନ୍ଦନ ପଟ୍ଟନାୟକ ଓ ମାନସ ପରିଡ଼ା ନିଯୁକ୍ତି ପାଇଛନ୍ତି। ସାମାଜିକ ଗଣମାଧ୍ୟମ ରାଜ୍ୟର ସ୍ବାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ଅଧିକ ଲୋକମାନଙ୍କ ପାଖରେ ପହଞ୍ଚାଇବେ। କଂଗ୍ରେସର ନୀତି, ଆଦର୍ଶ ଓ ଚିନ୍ତାଧାରାକୁ ରାଜ୍ୟରେ ପ୍ରତ୍ୟେକ ବର୍ଗର ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ନିଷ୍ପତ୍ତି ଗ୍ରହଣ ହୋଇଛି।
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
Archives

