‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ଼.କମ୍ବୁ ପାଣି ସାମନ୍ତ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଓଡିଶା ଶିଶୁ ଅଧିକାର ସୁରକ୍ଷା କମିଶନ ଅଧ୍ୟକ୍ଷା ବବିତା ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ ଶିଶୁ ମାନେ କିଭଳି ସୁରକ୍ଷିତ ରହିପାରିବେ ସେନେଇ କହିଥିଲେ।

ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିଲେ ସାମାଜିକ କୁସଂସ୍କାର ଲୋପପାଇବ । ବାଲ୍ୟ ବିବାହ ନିଷେଧ ଏବଂ ଶିଶୁ ମାନେ ମୋବାଇଲ ଅଧିକ ବ୍ୟବହାର ନ କରି ଉଜ୍ଜ୍ୱଳ ଭବିଷ୍ୟତ କିପରି ଗଠନ କରିପାରିବେ ସେ ନେଇ ଅଧ୍ୟକ୍ଷା କହିଥିଲେ। ମୁଖ୍ୟବକ୍ତା ଭାବେ ପ୍ରାକ୍ତନ ସଭାପତି, ଶିକ୍ଷା ବିକାଶ ସମିତି ଓଡିଶା ଡ଼. ବିନାୟକ ଦାସ ଯୋଗଦେଇ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଗୁଡ଼ିକର ଲକ୍ଷ୍ୟ ଏବଂ ଆଭିମୁଖ୍ୟ ଉପରେ କହିଥିଲେ। ସମ୍ମାନିତ ଅତିଥି ଭାବେ ଟେଲିକମ ବିଭାଗର ସ୍ବାଧୀନ ନିର୍ଦ୍ଦେଶକ ଗୋପୀନାଥ ସାହୁ ଯୋଗଦେଇଥିଲେ। ସ୍ବାଗତ ଭାଷଣ ସମ୍ପାଦକ ଜ୍ୟୋତି ରଞ୍ଜନ ବିଷୋୟୀ ପ୍ରଦାନ କରିଥିବା ବେଳେ ବାର୍ଷିକ ବିବରଣୀ ପଠନ କରିଥିଲେ ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା । ଧନ୍ୟବାଦ ପ୍ରଦାନ କରିଥିଲେ ସହ ସମ୍ପାଦକ ଗଙ୍ଗାଧର ଦାସ । କାର୍ଯ୍ୟକ୍ରମକୁ ସଂଯୋଜନ କରିଥିଲେ ଆଚାର୍ଯ୍ୟ ସୁଶାନ୍ତ କୁମାର ବେହେରା। ଶେଷରେ ଅତିଥି ମାନେ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ଅର୍ଜନ କରିଥିବା ଛାତ୍ରୀ ଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri