ଆଜି ଲୋକାର୍ପଣ ହେବ ମନୋହରପୁରରୁ ଝାରସୁଗୁଡ଼ା ପର୍ଯ୍ୟନ୍ତ ୩ୟ ରେଳପଥ

ରାଉରକେଲା ଅଫିସ,୧୮ା୫: ଝାରସୁଗୁଡ଼ାରୁ ମନୋହରପୁର ମଧ୍ୟରେ ୩ୟ ରେଳଲାଇନ ଗୁରୁବାର ଲୋକାର୍ପଣ ହେବ। ଏ ନେଇ ବୁଧବାର ବନ୍ଧମୁଣ୍ଡା ଏଆର୍‌ଏମ୍‌ ରାଜକିଶୋର ମହାନ୍ତି ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ସଂଲଗ୍ନ ଏହି ରେଳପଥ ଗୁଡ଼ିକରେ ୩ୟ ଲାଇନ ନିର୍ମାଣ ପରେ ମାଲବାହୀ ଓ ଯାତ୍ରୀବାହୀ ରେଳ ଚଳାଚଳ ସୁଗମ ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ। ପ୍ରାୟ ୬ ବର୍ଷ ପୂର୍ବେ ଏହି ୩ୟ ଲାଇନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ଝାରସୁଗୁଡ଼ାରୁ ମନୋହରପୁର ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବିଳମ୍ବ ହୋଇଥିଲା। ରେଳ ବିକାଶ ନିଗମ ଦ୍ୱାରା ଏହି ନିର୍ମାଣ କାର୍ଯ୍ୟ କରାଯାଇଛି। ପୂର୍ବରୁ ଅପ ଓ ଡାଉନ ଲାଇନରେ ୮୦ ରୁ ଊର୍ଦ୍ଧ୍ୱ ମାଲବାହୀ ଟ୍ରେନ ଚାଲୁଥିବା ବେଳେ ଏବେ ୧୦୦ ରୁ ଊର୍ଦ୍ଧ୍ୱ ଟ୍ରେନ ଚଳାଚଳ ସମ୍ଭବ ହେବ । ଝାରସୁଗୁଡ଼ା ଓ ମନୋହରପୁର ମଧ୍ୟରେ ରାଉରକେଲା, ବିଶ୍ରା, ଜରେଇକେଲା, ରାଜଗାଙ୍ଗପୁର, ବାମରା ସମେତ ସମସ୍ତ ଛୋଟବଡ଼ ଷ୍ଟେସନ୍‌ ଗୁଡ଼ିକରେ ଏହି ଲୋକାର୍ପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଥିରେ ସ୍ଥାନୀୟ ଲୋକପ୍ରତିନିଧି ଓ ବରିଷ୍ଠ ରେଳ ଅଧୀକାରୀମାନେ ଯୋଗଦେବେ। ସୂଚନାଯୋଗ୍ୟ, ପୂର୍ବରୁ ଅପ ଓ ଡାଉନ ଲାଇନରେ ୨ଟି ରେଳପଥ ଥିବା ଯୋଗୁ ଉଭୟ ମାଲବାହୀ ଓ ଯାତ୍ରୀବାହୀ ଟ୍ରେନ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଦୀର୍ଘ ସମୟ ପର୍ଯ୍ୟନ୍ତ ଛିଡ଼ା ହୋଇ ରହୁଥିଲା। ଫଳରେ ଯାତ୍ରୀବାହୀ ଟ୍ରେନ ମାନଙ୍କରେ ଯାତ୍ରୀ ସମସ୍ୟାର ସମ୍ମୁଖୀନ ହେଉଥିଲେ। ଏବେ ୩ୟ ଲାଇନ ଯୋଗୁ ସମାଧାନ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri