ଆକାଂକ୍ଷୀ ଜିଲାରେ ମଜଭୁତ ହେବ ୪-ଜି ସେବା

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଦୁର୍ଗମ ତଥା ଆଭ୍ୟନ୍ତରୀଣ ଗ୍ରାମରେ ଇଣ୍ଟରନେଟ୍‌ ସେବା ମଜଭୁତ୍‌ କରିବା ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୧୦ ଆକାଂକ୍ଷୀ ଜିଲାର ୩,୯୩୩ ଗ୍ରାମରେ ୪-ଜି ସଂଯୋଗୀକରଣ ପାଇଁ ନୂତନ ମୋବାଇଲ୍‌ ଟାୱାର ସ୍ଥାପନ କରିବାକୁ ଘୋଷଣା କରିଛନ୍ତି। ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଏବଂ ଓଡ଼ିଶାର ମୋଟ ୪୪ ଆକାଂକ୍ଷୀ ଜିଲାର ୭,୨୮୭ ଗ୍ରାମରେ ୪-ଜି ମୋବାଇଲ ସେବା ଉପଲବ୍ଧ ହେବ। ଏହା କାର୍ଯ୍ୟକାରୀ ହେଲେ ଦୁର୍ଗମାଞ୍ଚଳବାସୀ ବେତାର ଯୋଗାଯୋଗ କ୍ଷେତ୍ରରେ ଉପକୃତ ହେବ।
ଓଡ଼ିଶାର ୧୦ ଆକାଂକ୍ଷୀ ଜିଲା ବଲାଙ୍ଗୀର, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଏବଂ ନବରଙ୍ଗପୁରର ୩,୯୩୩ ଅସଂଯୋଗୀ ଗ୍ରାମରେ ମୋବାଇଲ୍‌ ଟାୱାର ସ୍ଥାପନ କରାଯିବ। ଏହି ପ୍ରକଳ୍ପରେ ୩,୨୧୯ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଓଡ଼ିଶାର ବାମପନ୍ଥୀ ମାଓବାଦୀପ୍ରବଣ ୯ ଜିଲାରେ ୪୨୧.୬୬ କୋଟି ଟଙ୍କା ବ୍ୟୟରେ ୪୮୩ ମୋବାଇଲ ଟାୱାର ସ୍ଥାପନ କାର୍ଯ୍ୟ ଚାଲିଛି। ଏହି କାର୍ଯ୍ୟ ମାର୍ଚ୍ଚ ୨୦୨୩ ସୁଦ୍ଧା ସରିବ। ସେହିପରି ୧୧ ଜିଲାରେ ୨୭୨ ନୂଆ ଡାକଘର ଖୋଲିବ। ଅଦ୍ୟାବଧି ୧୨୮ ଡାକଘର କାର୍ଯ୍ୟକ୍ଷମ ହୋଇସାରିଥିବାବେଳେ ଅବଶିଷ୍ଟ ୧୪୪ଟି ଚଳିତବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଆରମ୍ଭ ହେବ। ସମସ୍ତ ଡାକଘରେ ୫୪୪ ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ସଙ୍ଗୀତା ସିଂହଦେଓ ଭିଡିଓ କନ୍‌ଫରେନ୍ସରେ ଯୋଡ଼ି ହୋଇଥିଲେ। ବିଏସ୍‌ଏନ୍‌ଏଲ୍‌ ମୁଖ୍ୟ ମହାପ୍ରବନ୍ଧକ ହରିଶ ଚନ୍ଦ୍ର ମହାନ୍ତି, ବଲରାମ ପାଲ୍‌, ବିଜୟ କୁମାର ନାୟକ, ମୁଖ୍ୟ ମହାଡାକପାଳ ଶୁଭେନ୍ଦୁ ସ୍ବାଇଁଙ୍କ ସମେତ ୧୦ ଆକାଂକ୍ଷୀ ଜିଲାର ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

କେନ୍ଦ୍ର ସରକାର ଦେଶରେ ସେମିକଣ୍ଡକ୍ଟର ଉତ୍ପାଦନ ବଢ଼ାଇବା ପାଇଁ ଯୋଜନା ଆରମ୍ଭ କରିଛନ୍ତି। ଓଡ଼ିଶାରେ ସେମିକଣ୍ଡକ୍ଟରର ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ ସିଲିକା ଓ ମଧୁର ଜଳର ସୁବିଧା ରହିଛି। ଓଡ଼ିଶାର ବିକାଶ ପାଇଁ ଏକ ‘ସେମି କଣ୍ଡକ୍ଟର ୟୁନିଟ୍‌’ ପ୍ରତିଷ୍ଠା ପାଇଁ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀ ବୈଷ୍ଣବଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରସ୍ତାବିତ ‘ସେମି କଣ୍ଡକ୍ଟର ୟୁନିଟ୍‌’ ହେବା ଦ୍ୱାରା ପୂର୍ବ ଭାରତ ସମେତ ଓଡ଼ିଶା ଉପକୃତ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri