ଆଜି ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର, ୮ା୨ (ବନ୍ଦନା ସେଠୀ):‘ସୁଭଦ୍ରା’ ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ଶନିବାର ମିଳିବ। ୧୮ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇ କହିଛନ୍ତି, ସୁଭଦ୍ରା ହେଉଛି ବିକାଶର ମୂଳପିଣ୍ଡି। ଶନିବାର ୧୮ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବା ପରେ ମୋଟ ହିତାଧିକାରୀଙ୍କ ସଂଖ୍ୟା ୯୮ଲକ୍ଷରେ ପହଞ୍ଚତ୍ବ। ଯୋଜନାର ଲାଭ ପାଇବା ପାଇଁ ନିବେଦନ କରିବା ପରେ ୬୮ହଜାର ଆବେଦନକାରୀ ଏନ୍‌ପିସିଆଇ କରିସାରିଛନ୍ତି। ତେବେ ଏବେ ବି କେତେଜଣ ଆବେଦନକାରୀଙ୍କ ଏନ୍‌ପିସିଆଇ ସମସ୍ୟା ରହିଛି। ସେମାନେ ବ୍ୟାଙ୍କକୁ ଯାଇ ଯାଞ୍ଚ କରନ୍ତୁ। ପ୍ରାୟ ୧ଲକ୍ଷ ଆବେଦନକାରୀଙ୍କର ଇ-କେୱାଇସି ସମସ୍ୟା ରହିଛି। ଏହାକୁ ୮ତାରିଖ ଶନିବାର ସୁଦ୍ଧା ସମାଧାନ କରିଥିଲେ ସେହିଦିନ ହିଁ ତାଙ୍କୁ ସୁଭଦ୍ରା ଟଙ୍କା ମିଳିଯିବ। ଏସବୁ ଯୋଗୁ ଯେଉଁମାନେ ଏବେ ଟଙ୍କା ପାଇବେନି, ସେମାନେ ଆସନ୍ତା ମାସେ ମଧ୍ୟରେ ଇ-କେୱାଇସି ଦାଖଲ କରିପାରିବେ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତିରେ ସେମାନେ ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri