ଆଜି ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର, ୮ା୨ (ବନ୍ଦନା ସେଠୀ):‘ସୁଭଦ୍ରା’ ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ଶନିବାର ମିଳିବ। ୧୮ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇ କହିଛନ୍ତି, ସୁଭଦ୍ରା ହେଉଛି ବିକାଶର ମୂଳପିଣ୍ଡି। ଶନିବାର ୧୮ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବା ପରେ ମୋଟ ହିତାଧିକାରୀଙ୍କ ସଂଖ୍ୟା ୯୮ଲକ୍ଷରେ ପହଞ୍ଚତ୍ବ। ଯୋଜନାର ଲାଭ ପାଇବା ପାଇଁ ନିବେଦନ କରିବା ପରେ ୬୮ହଜାର ଆବେଦନକାରୀ ଏନ୍‌ପିସିଆଇ କରିସାରିଛନ୍ତି। ତେବେ ଏବେ ବି କେତେଜଣ ଆବେଦନକାରୀଙ୍କ ଏନ୍‌ପିସିଆଇ ସମସ୍ୟା ରହିଛି। ସେମାନେ ବ୍ୟାଙ୍କକୁ ଯାଇ ଯାଞ୍ଚ କରନ୍ତୁ। ପ୍ରାୟ ୧ଲକ୍ଷ ଆବେଦନକାରୀଙ୍କର ଇ-କେୱାଇସି ସମସ୍ୟା ରହିଛି। ଏହାକୁ ୮ତାରିଖ ଶନିବାର ସୁଦ୍ଧା ସମାଧାନ କରିଥିଲେ ସେହିଦିନ ହିଁ ତାଙ୍କୁ ସୁଭଦ୍ରା ଟଙ୍କା ମିଳିଯିବ। ଏସବୁ ଯୋଗୁ ଯେଉଁମାନେ ଏବେ ଟଙ୍କା ପାଇବେନି, ସେମାନେ ଆସନ୍ତା ମାସେ ମଧ୍ୟରେ ଇ-କେୱାଇସି ଦାଖଲ କରିପାରିବେ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତିରେ ସେମାନେ ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri